ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

ମେଷ : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

 

ବୃଷ : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

 

ମିଥୁନ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

 

କର୍କଟ : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

 

ସିଂହ : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

 

କନ୍ୟା : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

 

ତୁଳା : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

 

ବିଛା : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

 

ଧନୁ : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

 

ମକର : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

 

କୁମ୍ଭ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

 

ମୀନ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

Pritiparna

Recent Posts

କେରଳ ନୁହେଁ ଏବେ ‘କେରଳମ୍‌’…ବଦଳିପାରେ ରାଜ୍ୟର ନାଁ, ବିଧାନସଭାରେ ପାରିତ ହେଲା ପ୍ରସ୍ତାବ

ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍‌ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…

8 mins ago

ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…

10 mins ago

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

14 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…

15 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

20 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

29 mins ago