ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ଆଜି ଦିନରୁ ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ।ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ।

ବୃଷ : ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ,କଳା , ସାମ୍ବାଦିକତା, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ।

ମିଥୁନ : ଆଜି କର୍ମକ୍ଷେତ୍ରର ସ୍ଥଗିତକାର୍ଯ୍ୟ ସହଜରେ ସମ୍ପନ୍ନ । ସାଧାରଣ କଥାରେ ଯୁକ୍ତିତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରିବା ଭଲ ହେବ।

କର୍କଟ : ଆଜି ସନ୍ତାନଙ୍କର କୌଣସି ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ବନ୍ଧୁଙ୍କ ବ୍ୟବହାରରେ ବିପରୀତ ପ୍ରତିକ୍ରିୟା ପରିଲକ୍ଷିତ ହେବ, ଯାହାକି ମାନସିକ ଚିନ୍ତାକୁ ବଢ଼ାଇପାରେ।

ସିଂହ : ଆଜି ଯେଉଁ କାମରେ ହାତଦେବେ ନିଶ୍ଚିତ ସଫଳତା ହାସଲ କରି ପାରିବେ। ନୂତନ ନିଯୁକ୍ତି , ସ୍ଥାନାନ୍ତର ପାଇଁ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ।

କନ୍ୟା : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।

ତୁଳା : ଆଜି ଅର୍ଥ ସମ୍ପର୍କକୁ ନେଇ ପାରିବାରିକ କଳହ ହୋଇପାରେ।  ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିପାରନ୍ତି। ଦୀର୍ଘଦିନରୁ ରହିଆସିଥିବା ଶତ୍ରୁତା  କମିଯାଇପାରେ।

ବିଛା : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

ଧନୁ : ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

ମକର : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

କୁମ୍ଭ : ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ।

ମୀନ : ଆଜି ଦୀର୍ଘଦିନର ବାଦ ବିବାଦର ଆପୋସ ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।

KNews Bureau

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

4 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

19 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

29 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

40 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago