ରାଶିଫଳ

ଦିନ ଆରମ୍ଭରୁ ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

ବୃଷ : ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

ମିଥୁନ : ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

କର୍କଟ : ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

ସିଂହ : କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କନ୍ୟା : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ତୁଳା : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ବିଛା : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ଧନୁ : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

ମକର : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

କୁମ୍ଭ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମୀନ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

KNews Bureau

Recent Posts

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

2 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

8 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

16 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

19 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

26 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

52 mins ago