ରାଶିଫଳ

ଜାଣନ୍ତୁ ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ। ସୁସ୍ୱାଦୁ ଭୋଜନ କରିବେ। ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ। ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ। ଦିନଟି ଭଲରେ କଟିବ।

ବୃଷ : ପରିବାରରେ ମନ ମିଳାଇ ଚଳନ୍ତୁ । ମାତାଙ୍କ ସହଯୋଗ ପାଇବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ । ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ ।

ମିଥୁନ : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

କର୍କଟ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ସିଂହ : ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

କନ୍ୟା : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

ତୁଳା : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ।

ବିଛା : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ଧନୁ : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

ମକର : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ପାଇଁ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତିମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

କୁମ୍ଭ : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାରକରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ମୀନ: ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

 

Barsha

Recent Posts

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

2 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

3 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

3 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

5 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

5 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

6 hours ago