ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶିଫଳ

ମେଷ : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

ବୃଷ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ମିଥୁନ : ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

କର୍କଟ : ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

ସିଂହ : କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କନ୍ୟା : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ତୁଳା : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ବିଛା : ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

ଧନୁ : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

ମକର : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

କୁମ୍ଭ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମୀନ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

Pritiparna

Recent Posts

ନିଟ୍‌ ମାମଲାରେ ଏନଟିଏକୁ ଜବାବ ମାଗିଲେ ସୁପ୍ରିମକୋର୍ଟ, ହେରଫେର ହୋଇଥିଲେ ସମୟ ପୂର୍ବରୁ ସୁଧାରନ୍ତୁ

ନିଟ୍‌ ପରୀକ୍ଷାକୁ ନେଇ ଉଠିଥିବା ବିବାଦ ଥମିବାରେ ନାଁ ଧରୁନି । ଆଜି ପୁଣି NEET ମାମଲାକୁ ନେଇ ସୁପ୍ରିମକୋର୍ଟରେ…

45 seconds ago

ଶ୍ରୀମନ୍ଦିରରେ ରୁକ୍ମିଣୀହରଣ ଏକାଦଶୀ, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ (କେନ୍ୟୁଜ); ଆଜି ରୁକ୍ମଣୀ ହରଣ ଏକାଦଶୀ । ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ବିବାହ ଉତ୍ସବ। ଶ୍ରୀ ମନ୍ଦିର ସିଂହ…

7 mins ago

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା, ଲିଷ୍ଟ ଆଧାରରେ ନିଯୁକ୍ତି ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ (କେନ୍ୟୁଜ): କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ମେରିଟ ଲିଷ୍ଟ ଆଧାରରେ ନିଯୁକ୍ତି ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । …

19 mins ago

ଜୁନରେ ରେକର୍ଡ ଭାଙ୍ଗିଲା ତାତି, ଆହୁରି ତିନି ଦିନ ହେବ ଅସହ୍ୟ ଗୁଳୁଗୁଳି

ଭୁବନେଶ୍ୱର (କେନ୍ୟୁଜ): ଆହୁରି ତିନି ଦିନ ତାତି ସହ ଗୁଳୁଗୁଳି । ରାଜ୍ୟରେ ଆହୁରି ୩ ଦିନ ଯାଏଁ ଜାରି…

33 mins ago

ରିମାରିୟୋ ଶେଫର୍ଡଙ୍କ ଘରେ କୁନି ଅତିଥିଙ୍କୁ ସ୍ୱାଗତ, ବାପା ହେବା ଖୁସିରେ ମିସ୍‌ କଲେ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ

ଟି ୨୦ ବିଶ୍ୱକପ ୨୦୨୪ର ଗ୍ରୁପ ପର୍ଯ୍ୟାୟରେ ଶେଷ ମ୍ୟାଚ େଓ୍ଵଷ୍ଟଇଣ୍ଡିଜ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଉଛି । ଗ୍ରୁପ…

48 mins ago

ଇଟାଲୀ ନିକଟ ସମୁଦ୍ର ଉପକୂଳରେ ବଡ଼ ଦୁର୍ଘଟଣା, ଦୁଇଟି ବୋଟ୍‌ ବୁଡ଼ି ୧୧ ପ୍ରବାସୀଙ୍କ ମୃତ୍ୟୁ, ୬୦ ନିଖୋଜ

ଇଟାଲୀର ଦକ୍ଷିଣ ସମୁଦ୍ର ଉପକୂଳରେ ଦୁଇଟି ବୋଟ୍‌ ବୁଡ଼ିଯାଇଛି । ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ରୁ…

52 mins ago