ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

 

ବୃଷ : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

 

ମିଥୁନ : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନି କଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

 

କର୍କଟ : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

 

ସିଂହ : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ମାଲିମକଦ୍ଦମା,ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

 

କନ୍ୟା : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା,ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

 

ତୁଳା : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

 

ବିଛା : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ।କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହୋଇପାରନ୍ତି।

 

ଧନୁ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍‌ ଖୁସୀ ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିବିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

 

ମକର : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ମଉକା ପାଇପାରିବେ।

 

କୁମ୍ଭ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

 

ମୀନ : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

Pritiparna

Recent Posts

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

4 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

6 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

12 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

24 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

30 mins ago

ଶପଥ ନେବା ପାଇଁ ଟ୍ରାକ୍ଟରରେ ସଂସଦ ପହଞ୍ଚିଲେ ରାଜସ୍ଥାନର ସାଂସଦ ଅମରାରାମ, ଭିଡିଓ ଭାଇରଲ

ସାଂସଦ ଅମରାରାମ ଦିଲ୍ଲୀ ରାଜସ୍ଥାନ ହାଉସରୁ ସଂସଦ ପାଇଁ ଟ୍ରାକ୍ଟରରେ ଯାତ୍ରା କରିଛନ୍ତି । ନିଜର ଦେଶୀ ରାଜସ୍ଥାନ ଅନ୍ଦାଜରେ…

35 mins ago