ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ଆଜି ଯେଉଁ କାମରେ ହାତଦେବେ ନିଶ୍ଚିତ ସଫଳତା ହାସଲ କରି ପାରିବେ। ପାରିବାରିକ ଜୀବନର ସୁଖ, ସୌହାର୍ଦ୍ଦ୍ୟକୁ ନଷ୍ଟ କରିପାରେ। ନୂତନ ନିଯୁକ୍ତି , ସ୍ଥାନାନ୍ତର ପାଇଁ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ।

ବୃଷ : ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ,କଳା , ସାମ୍ବାଦିକତା, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ।

ମିଥୁନ : ଆଜି କର୍ମକ୍ଷେତ୍ରର ସ୍ଥଗିତକାର୍ଯ୍ୟ ସହଜରେ ସମ୍ପନ୍ନ । ସାଧାରଣ କଥାରେ ଯୁକ୍ତିତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ।କର୍କଟ : ଆଜି ସନ୍ତାନଙ୍କର କୌଣସି ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ବନ୍ଧୁଙ୍କ ବ୍ୟବହାରରେ ବିପରୀତ ପ୍ରତିକ୍ରିୟା ପରିଲକ୍ଷିତ ହେବ, ଯାହାକି ମାନସିକ ଚିନ୍ତାକୁ ବଢ଼ାଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

ସିଂହ : ଆଜି ଦିନରୁ ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ।ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ।

କନ୍ୟା : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।

ତୁଳା : ଆଜି ଅର୍ଥ ସମ୍ପର୍କକୁ ନେଇ ପାରିବାରିକ କଳହ ହୋଇପାରେ। ଆନୁଷ୍ଠାନିକ କାମରେ ଆସନ୍ତାକାଲିର କାର୍ଯ୍ୟକ୍ରମ ସକାଶେ କର୍ମବ୍ୟସ୍ତତା ବଢିଯିବ। ଦୀର୍ଘଦିନରୁ ରହିଆସିଥିବା ଶତ୍ରୁତା  କମିଯାଇପାରେ।

ବିଛା : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ।

ଧନୁ : ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

ମକର : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

କୁମ୍ଭ : ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ।

ମୀନ : ଆଜି ଦୀର୍ଘ ଦିନର ବାଦବିବାଦର ଆପୋସ ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ମନକଥା ମନରେ ରଖି ବନ୍ଧୁଙ୍କ ସକାଶେ କାମ କରିବାକୁ ବାଧ୍ୟ ହେବେ।ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।

KNews Bureau

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

14 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

46 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

48 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

55 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

1 hour ago