ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ: ଆପଣଙ୍କ ମନରେ ବହୁତ ସକାରାତ୍ମକ ଭାବନା ଆସିବ। ସାଥୀଙ୍କୁ ମନର କଥା କହିପାରନ୍ତି। ଆର୍ଥିକ ପକ୍ଷ ସୁଦୃଢ଼ ରହିବ। ବିବାହିତଙ୍କ ଲାଗି ଭଲ ଦିନଟିଏ।

ବୃଷ: ଘରୋଇ ଖର୍ଚ୍ଚ କମତି ହେବ। ଶିକ୍ଷକଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ। ଘରୋଇ କଂପାନିରେ ଚାକିରି କରୁଥିବା ଲୋକଙ୍କୁ ଖୁସି ଖବର ମିଳିବ।

ମିଥୁନ: ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁ ସହ ଭଲରେ ସମୟ ଅତିବାହିତ କରିବେ। ଶତ୍ରୁମାନେ ଯେତେ ସମସ୍ୟା ସୃଷ୍ଟି କରିବେ ଆପଣ ସେତେ ଲାଭ ପାଇବେ।

କର୍କଟ: ଅଫିସରେ ଆପଣଙ୍କ କାମର ବୋଝ କମ୍ ରହିବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ଜୀବନସାଥୀଙ୍କ ପାଇଁ କୌଣସି ମୂଲ୍ୟବାନ ବସ୍ତୁ କିଣି ପାରନ୍ତି।

ସିଂହ: କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବେ ବିଚାର ବିମର୍ଶ କରିନିଅନ୍ତୁ। କାରବାରରେ ଉତ୍‍ଥାନ ପତନ ଲାଗିରହିବ। ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ କରିବେ।

କନ୍ୟା: ନୂଆ ବିଚାର ପ୍ରୟୋଗ ପାଇଁ ସମୟ ଉତ୍ତମ। ପରିଶ୍ରମର ସକାରାତ୍ମକ ଫଳ ପାଇବେ। ଛାତ୍ରଛାତ୍ରୀ ଯୋଜନା ତିଆରି କରି ଅଧ୍ୟୟନ କରନ୍ତୁ।

ତୁଳା: ଜରୁରୀ କାମ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ ହୋଇଯିବ। ଜମି ଦଲାଲଙ୍କୁ ଯଥେଷ୍ଟ ଧନଲାଭ ହେବ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ।

ବିଛା: ଅଧିକାଂଶ ମାମଲାରେ ନିଜକୁ ଭାଗ୍ୟଶାଳୀ ମନେ କରିବେ। ବିଜ୍ଞାନ କ୍ଷେତ୍ରରେ ଥିବା ଲୋକଙ୍କୁ ବଡ଼ ସଫଳତା ମିଳିବ। ବ୍ୟବସାୟରେ ବକେୟା ଅର୍ଥ ପାଇପାରିବେ।

ଧନୁ: ମାନସିକ ରୂପେ ସୁସ୍ଥ ରହିବେ। କୌଣସି ଶୁଭ ଖବର ମିଳିବ। ଶତ୍ରୁମାନେ ଦବି ରହିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କିଛି ନୂଆ ସୁଯୋଗ ପାଇବେ।

ମକର: ଆତ୍ମବିଶ୍ବାସ ଓ ଆଶାରେ ପୂର୍ଣ୍ଣ ଦିନଟିଏ। କିଛି ନୂଆ ଅନୁଭବ ପ୍ରାପ୍ତି ହେବ। କାହାରିକୁ ଧାର ଦିଅନ୍ତୁ ନାହିଁ। ପ୍ରେମୀଯୁଗଳ ପରସ୍ପର ଲାଗି କିଛି ବିଶେଷ କରିବେ।

କୁମ୍ଭ: ସଂଚାର କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ। ଭୂସଂପତ୍ତି କିଣିବା ଯୋଗ ରହିଛି। ଘରକୁ କୌଣସି ବନ୍ଧୁ ଆସିପାରନ୍ତି।

ମୀନ: ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ବଡ଼ ସୁଯୋଗ ମିଳିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ପରିବାରରେ କୌଣସି ଦାୟିତ୍ବ ଗ୍ରହଣ କରିବେ।

Pritiparna

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

4 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

10 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

19 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

19 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

37 mins ago