ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

ବୃଷ : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

ମିଥୁନ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

କର୍କଟ : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ସିଂହ : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

କନ୍ୟା : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ତୁଳା : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ବିଛା : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ଧନୁ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ମକର : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

କୁମ୍ଭ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମୀନ : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

Pritiparna

Recent Posts

ଟି୨୦ ବିଶ୍ୱକପ ୨୦୨୪: ଆଜି ମୁହାଁମୁହିଁ ହେବେ ଭାରତ-ଆୟରଲାଣ୍ଡ, ବିଜୟ ଅଭିଯାନ ଆରମ୍ଭ କରିବ ରୋହିତ ବାହିନୀ

ଟି୨୦ ବିଶ୍ୱକପ ମହାକୁମ୍ଭ ଆରମ୍ଭ ହୋଇଯାଇଛି । ଆଜି ଟି ୨୦ ବିଶ୍ବକପରେ ଭାରତ- ଆୟରଲାଣ୍ଡ ଲଢେଇ । ବିଜୟ…

7 mins ago

ଜିଓର ଦମଦାର ରିଚାର୍ଜ ପ୍ଲାନ, ୫ ଟଙ୍କାରୁ ବି କମ ଦାମରେ ମିଳିବ 1GB ଡାଟା

ଆଜିର ଡିଜିଟାଲ୍ ଯୁଗରେ ଅଧିକାଂଶ ଲୋକ ସ୍ମାର୍ଟଫୋନ୍ ଆବଶ୍ୟକ କରନ୍ତି ଏବଂ ଇଣ୍ଟରନେଟ୍ ବିନା ସ୍ମାର୍ଟଫୋନର କୌଣସି ଲାଭ ନାହିଁ…

39 mins ago

ଦିଲ୍ଲୀ: ଆଖି ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭାଇବା ପାଇଁ ପହଞ୍ଚିଲା ୧୬ ଦମକଳ ଗାଡ଼ି

ଦିଲ୍ଲୀ ଲାଜପତ ନଗରରେ ଏକ ଶିଶୁ ହସ୍ପିଟାଲରେ ଭୟଙ୍କର ନିଆଁ ଲାଗିବା ଘଟଣା ସାମ୍ନାକୁ ଆସିଛି । ଏଠାରେ ଥିବା…

43 mins ago

ରନିଙ୍ଗ ଏକ୍ସରସାଇଜ୍‌ ଆରମ୍ଭ କରୁଛନ୍ତି କି ? ଜାଣନ୍ତୁ ପ୍ରଥମ ଦିନରେ କେତେ ମିନିଟ୍ କରିବା ଉଚିତ୍‌

ରନିଙ୍ଗ୍‌ ଏକ୍ସରସାଇଜ୍‌ କରିବା ସ୍ୱାସ୍ଥ୍ୟ ପାଇଁ ସବୁଠାରୁ ଲାଭଦାୟକ ବ୍ୟାୟାମ ହୋଇଥାଏ । ଏହି ଏକ୍ସରସାଇଜ୍‌ କରିବା ପାଇଁ, ଆପଣ…

46 mins ago

ବିଶ୍ୱ ପରିବେଶ ଦିବସରେ ‘ଏକ୍ ପେଡ଼୍ ମାଁ କେ ନାମ’ ଅଭିଯାନ ଆରମ୍ଭ, ଚାରା ଲଗାଇ ମୋଦି କଲେ ଆରମ୍ଭ

ବିଶ୍ୱ ପରିବେଶ ଦିବସ ଆଜି ପାଳିନ ହେଉଛି । ତେଣୁ ଲୋକଙ୍କୁ ସଚେତନ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଏକ…

47 mins ago

ମିଳିଲା ନିଖୋଜ ଡାକ୍ତରଙ୍କ ପତ୍ତା, କର୍ଣ୍ଣାଟକ ପୋଲିସ ହେପାଜତରେ ଥିବା ସୂଚନା

ମାଲକାନଗିରି (କେନ୍ୟୁଜ): ମିଳିଲା ନିଖୋଜ ଡାକ୍ତରଙ୍କ ପତ୍ତା । ଡାକ୍ତର ଅମ୍ଳାନ କୁମାର ଭୋଇ କର୍ଣ୍ଣାଟକ ପୋଲିସ ହେପାଜତରେ ଥିବା…

50 mins ago