Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ :  ଆଜି ଆପଣ ସର୍ବଦା କାମ କରିବା ଅଭ୍ୟାସ ଛାଡି ସାଙ୍ଗମାନଙ୍କ ସହ ବୁଲିବାକୁ ଯିବେ। ଆଜି ଆପଣ ଦୈନନ୍ଦିନ ଚର୍ଚ୍ଚାରେ ଏକ ନୂଆ ଦିଗ ଦେବେ।

ବୃଷ : ଆଜି ଆପଣ ଆତ୍ମ ନିର୍ଭରତାକୁ ମୂଳମନ୍ତ୍ର ରୂପେ ଗ୍ରହଣ କରିବେ। ଘରେ କିମ୍ବା ସାଙ୍ଗମାନଙ୍କ ପାଖରେ କୌଣସି ମହତ୍ୱପୂର୍ଣ୍ଣ ନିଷ୍ପତି ସ୍ଥିର କରିବାକୁ ଥିଲେ ତାହା ନିଜେ ସ୍ଥିର କଲେ ଆପଣଙ୍କ ପାଇଁ ଭଲ ରହିବ। ଆପଣ ଯେତିକି ନିଜକୁ ବୁଝିଛନ୍ତି ତା’ଠାରୁ ଅଧିକ ଯୋଗ୍ୟତା ହାସଲ କରିଛନ୍ତି।

ମିଥୁନ : ଆଜି ଆପଣ ଏଭଳି କିଛି କରିବେ ଯାହା ଦ୍ବାରା ଆପଣ ଆଖ-ପାଖରେ ଥିବା ଲୋକମାନଙ୍କୁ ପ୍ରଭାବିତ କରିପାରିବେ। ଆଜି ଆପଣଙ୍କ ଯୋଗ୍ୟତା ଚରମ ସୀମାରେ ରହିବ। ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ ପ୍ରଦର୍ଶନ ପ୍ରଶଂସନୀୟ ରହିବ।

କର୍କଟ : ଯଦି ଆପଣ କୌଣସି ସ୍ଥାନରେ ଭଲଭାବେ ରହିବା ପାଇଁ ଭାବୁଛନ୍ତି ତେବେ ପୁଣି ଥରେ ଭଲଭାବେ ଚିନ୍ତା କରନ୍ତୁ।  ଯଦି ଆପଣଙ୍କ ଇଛା ବିନା ଘର ବଦଳାଇବାକୁ ପଡ଼ିଥାଏ ତେବେ ନିରାଶ ହୁଅନ୍ତୁ ନାହିଁ। କାରଣ ଏହି ପରିବର୍ତ୍ତନ ଆପଣଙ୍କ ପାଇଁ ଶୁଭ ହେବ।

ସିଂହ : ଆଜି ଆପଣ ଭାବିଚିନ୍ତି ନିଷ୍ପତି ନିଅନ୍ତୁ। କାରଣ ପଛରେ ଯେପରି ପଶ୍ଚ୍ୟାତାପ କରିବାକୁ ନପଡେ। ଭାବିଚିନ୍ତି ନିଷ୍ପତି ନେଲେ ଆପଣ ଶେଷରେ ସୁଖ ଭୋଗ କରିବେ।

କନ୍ୟା : ଆଜି ଆପଣ ନିଜର ଦୈନନ୍ଦିନ କାର୍ଯ୍ୟରେ କିଛି ନୂଆ ପରିବର୍ତ୍ତନ ଆଣିବା ପାଇଁ ଚେଷ୍ଟା କରିବେ। ଯାହା ଆପଣ ବହୁତ ପୂର୍ବରୁ କରିବା ପାଇଁ ଚାହୁଁଥିଲେ ସେଥିପ୍ରତି ଧ୍ୟାନ ଦେବେ। ଆଜି ଦିନଟି ଆପଣଙ୍କର ପରିବାର ସଦସ୍ୟ ଏବଂ ସାଙ୍ଗମାନଙ୍କ ସହ ଭଲରେ କଟିବ।

ତୁଳା : ଆଜି ଆପଣ ଭାବିଚିନ୍ତି ନିଷ୍ପତି ନିଅନ୍ତୁ। କାରଣ ପଛରେ ଯେପରି ପଶ୍ଚ୍ୟାତାପ କରିବାକୁ ନପଡେ। ଭାବିଚିନ୍ତି ନିଷ୍ପତି ନେଲେ ଆପଣ ଶେଷରେ ସୁଖ ଭୋଗ କରିବେ।

ବିଛା : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଆଜି ଆପଣ ଏଭଳି କିଛି କରିବେ ଯାହା ଦ୍ବାରା ଆପଣ ଆଖ-ପାଖରେ ଥିବା ଲୋକମାନଙ୍କୁ ପ୍ରଭାବିତ କରିପାରିବେ। ସୁସ୍ୱାଦୁ ଭୋଜନ କରିବେ । ଛୋଟ ଛୋଟ କଥାକୁ ନେଇ ଅଶାନ୍ତି ଦେଖାଦେବ ।

ଧନୁ : ଆଜି ଆପଣଙ୍କ ଜଣାଶୁଣା ଲୋକମାନଙ୍କ ମଧ୍ୟରେ ଚାଲିଥିବା ସମସ୍ୟାର ସମଧାନ ହେବ। ଏଥିପାଇଁ ଆପଣ ପ୍ରଶଂସନୀୟ ହେବେ।

ମକର : ବହୁତ ଜଲଦି ଆପଣ ନିଜର କାର୍ଯ୍ୟ ଶେଷ କରନ୍ତୁ ନଚେତ ଅନେକ ସମସ୍ୟାର ସାମ୍ନା କରିବାକୁ ପଡ଼ିପାରେ। ସୁସ୍ୱାଦୁ ଭୋଜନ କରିବେ । ଛୋଟ ଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ ।

କୁମ୍ଭ : କୌଣସି ମହତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଅନ୍ୟର ଆଶ୍ରିତ ହୁଅନ୍ତୁ ନାହିଁ। ଏହି କାମ ଆପଣ ନିଜେ କରନ୍ତୁ ଅନ୍ୟଥା ପରିଣାମ ନିରାଶ ଜନକ ହୋଇପାରେ। ଆଜି ଆପଣ କୌଣସି ସରକାରୀ ଉଚ୍ଚାଧୀକାରୀଙ୍କ ସହ ସାକ୍ଷାତ ହୋଇପାରେ, ଯିଏ ଆପଣଙ୍କୁ ସରକାରଙ୍କ ସମ୍ବନ୍ଧିତ କାମ କରିବାରେ ସାହାଯ୍ୟ କରିବେ।

ମୀନ : ଆଜି ଆପଣ ସାମାନ୍ୟ ଦୁଃଖିତ ରହିବେ। କାରଣ ଆଜି ଆପଣଙ୍କୁ ନିଜ ଲୋକ ହିଁ ନିରାଶ କରିପାରନ୍ତି। ଆପଣଙ୍କ କାମରେ ଦେଖାଯାଉଥିବା ବାଧା କ୍ଷଣସ୍ଥାୟୀ ଅଟେ, ଯାହା ଉପଯୁକ୍ତ ସମୟରେ ସମାପ୍ତ ହୋଇଯିବ।

Pritiparna

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

10 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

12 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

18 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

27 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

27 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

45 mins ago