Categories: ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : ଘରେ ଲାଗିରହିଥିବା ଉଦାସ ଭାବ ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।

ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜ ଚେଷ୍ଠା ଦ୍ବାରା ଆଶ୍ବସ୍ତି ଅନୁଭବ କରିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ ଅଯଥା କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

ମିଥୁନ : କୌଣସି ଆଇନଗତ ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ସବୁ କିଛି ଠିକ୍ ହୋଇଯିବ କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।

କର୍କଟ : ହଠାତ୍ ଆସିଥିବା ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।

ସିଂହ : ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ପୁରୁଣାବନ୍ଧୁଙ୍କ ସହ ସାଖ୍ୟତ ଆଲୋଚନାଦ୍ବାରା ମନୋମାଳିନ୍ୟ ଦୂରହୋଇଜିବ।

କନ୍ୟା : ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।

ତୁଳା : ଆଜି ଆପଣଙ୍କର କରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । କରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ପାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।

ବିଛା : ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।

ଧନୁ : ଆଜି ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।

ମକର : ଆଜିର ଦିନ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ । ଦମ୍ପତିଙ୍କ ସନ୍ତାନ ଚିନ୍ତା ଦୂରହେବ।

କୁମ୍ଭ : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ବିଚଳିତ ଓ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି । ସମୟକୁ ଅପେକ୍ଷାକରନ୍ତୁ ।

ମୀନ : ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

20 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

21 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago