ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ବୃଷ : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ମିଥୁନ : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

କର୍କଟ : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

ସିଂହ : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

କନ୍ୟା : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

ବିଛା : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ଧନୁ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ମକର : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

କୁମ୍ଭ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମୀନ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

Pritiparna

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

12 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

26 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

39 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

40 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago