ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ବୃଷ : ମନରେ ନୂଆ ବିଚାର ଆସିବ। କୌଣସି କାର୍ଯ୍ୟ କିମ୍ବା ବ୍ୟବସାୟ ଆରମ୍ଭ ପୂର୍ବରୁ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। କୋର୍ଟ-କଚେରି ମାମଲାରେ ଖର୍ଚ୍ଚାନ୍ତ ହୋଇପାରନ୍ତି।

ମିଥୁନ : ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

କର୍କଟ : ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

ସିଂହ : କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କନ୍ୟା : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ତୁଳା : ବ୍ୟବସାୟରେ ଲାଭ। ପରିବାରରେ ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ବଢ଼ିଆ ରହିବ।

ବିଛା : ମନ ପ୍ରଫୁଲ୍ଲ ରହିବ। କୌଣସି ବଡ଼ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌-ଆଲୋଚନା ହୋଇପାରେ। ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ।

ଧନୁ : ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

ମକର : ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ।

କୁମ୍ଭ : ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପସନ୍ଦ ହେବ। ଅର୍ଥ ଉପାର୍ଜନ ଲାଗି ନୂଆ ସୁଯୋଗ ମିଳିବ। ପରିବାରରେ ଖୁସି ଦେଖାଯିବ।

ମୀନ : ନୂଆ ରଣନୀତି ଆପଣଙ୍କ ଲାଗି ଲାଭଦାୟକ ହେବ। ମହିଳାମାନେ ଆଗକୁ ବଢ଼ିବେ। ସାହିତ୍ୟିକଙ୍କୁ ଖୁସି ଖବର ମିଳିବ।

Swagatika

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

16 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

29 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

38 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

41 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago