ସକାଳୁ ସକାଳୁ ପଢ଼ନ୍ତୁ ଆଜିର ରାଶିଫଳ, ଜାଣନ୍ତୁ ଦିନଟି କେମିତି କଟିବ

ମେଷ : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପ ଉକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

ବୃଷ : ବେପାର, ବାଣିଜ୍ୟ ଓ କର୍ମକ୍ଷେତ୍ରରେ ସଫଳତା ମିଳିବ। ଶରୀର ଅସୁସ୍ଥ ରହିବ। ବିଦ୍ୟାର୍ଥୀ ସଫଳତା ପାଇବେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ। କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ।

ମିଥୁନ: ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ।

କର୍କଟ : ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।

ସିଂହ: ଆଜି ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିବ।

କନ୍ୟା : ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।

ତୁଳା : ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।

ବିଛା: ଉଦ୍ୟମରେ ସଫଳତା ପାଇବେ। ବିଭିନ୍ନ ଦିଗରୁ ଅର୍ଥ ଆସିବ। ନିଜର ଚେଷ୍ଟା, ପ୍ରଚେଷ୍ଟା ଯୋଗୁ ମର୍ଯ୍ୟାଦାର ସହ ପ୍ରତିଷ୍ଠା ଲାଭ କରିବେ। ଆଶା ବାସ୍ତବତାରେ ପରିଣତ ହେବ। ନିର୍ବାଚନରେ ବିଜୟ ଲାଭ କରିବେ। ଦେହ, ମନ ସୁସ୍ଥ ରହିବ।

ଧନୁ: କାମ ପାଇଁ ଚେଷ୍ଟାରେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ଆପଣଙ୍କ ପ୍ରୟାସ ଲାଭଦାୟକ ପ୍ରମାଣିତ ହେବ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ମକର: ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ।

କୁମ୍ଭ : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ମୀନ : ଲୋକପ୍ରିୟତା ବଢାଇବା ପାଇଁ କିଛି ବି କରିବେ। ବେକାରୀମାନେ ଚାକିରି ପାଇବେ। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.