ଆଜିର ଭାଗ୍ୟ: ଜାଣନ୍ତୁ, ଆପଣଙ୍କ ରାଶିରେ କ’ଣ ଅଛି

ସକାଳୁ ସକାଳୁ ସମସ୍ତଙ୍କର ଗୋଟିଏ ଚିନ୍ତା ଥାଏ ଆଜିର ଦିନଟି କେମିତି କଟିବ । ଯଦି କୌଣସି ଶୁଭ କାମ ଥାଏ ତେବେ ଭଲରେ ହେବକି ନାହିଁ । ଆଉ ଯଦି କୌଣସି କାର୍ଯ୍ୟରେ ବାହାରକୁ ଯାତ୍ରା କରିବାକୁ ଥାଏ, ତେବେ ତାହା ସଫଳ ହେବ କି ନାହିଁ । ଏମିତି କେତେ କଣ । ଯଦି ଆପଣ ସକାଳୁ ସକାଳୁ ନିଜ ରାଶି ବିଷୟରେ କିଛିଟା ଜାଣିଥାନ୍ତି ତେବେ ଆପଣଙ୍କୁ ଆଉ ସେତେଟା ଭୟ ରହିବ ନାହିଁ। ତେବେ ଜାଣି ରଖନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ…

ମେଷ :

ସକରାତ୍ମକ ଭାବନା ବଜାୟ ରଖନ୍ତୁ। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ। ଛାତ୍ରଙ୍କ ଲାଗି ଦିନଟି ଉତ୍ତମ। ଶକ୍ତିବାନ ଅନୁଭବ କରିବେ। ପରିଶ୍ରମର ତୁରନ୍ତ ଫଳ ମିଳିବ। ପ୍ରତିଷ୍ଠିତ ଲୋକଙ୍କ ସହିତ ସମ୍ପର୍କ ହେବ। ପ୍ରେମରେ ସଫଳତା ପାଇବେ।

ବୃଷ :

ଆପଣଙ୍କ ପ୍ରୟାସ ଲାଭଦାୟକ ପ୍ରମାଣିତ ହେବ। ରାଜ୍ୟ ବାହାରକୁ ଯିବାର ରାସ୍ତା ଉନ୍ମୁକ୍ତ ହେବ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଜରୁରୀ କାମରେ ଯିବାକୁ ଥିଲେ ଆତ୍ମବିଶ୍ବାସ ବଜାୟ ରଖନ୍ତୁ। ରାଜନୀତିରେ ସଫଳତା ପାଇବେ।

ମିଥୁନ :

ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। ବ୍ୟବସାୟୀ ମାନଙ୍କ ପାଇଁ ଦିନଟି ଉତ୍ତମ ରହିବ। ବ୍ୟବସାୟ ପାଇଁ ହଠାତ କରାଯାଇଥିବା କୌଣସି ଯାତ୍ରା ସକରାତ୍ମକ ପରିଣାମ ଦେବ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି।

କର୍କଟ :

ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ସିଂହ :

ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ। ଆଜିକୁ ଆପଣ ନିଜ ଜୀବନ-ସାଥୀ ସହିତ ପୁଣି ଥରେ ପ୍ରେମରେ ପଡ଼ିବେ।

କନ୍ୟା :

ଲାଭ ବାନ୍‌ ହେବେ। ସ୍ଥିତି ସୁଧୁରିବ। ଧନ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। କ୍ୟାରିୟରରେ ଆସୁଥିବା ବାଧା ଦୂର ହେବ। ବିବାହ ସ୍ଥିର ହେବ। ଅଟକି ଥିବା କାମ ଆପେ ଆପେ ହୋଇଯିବ। ପଇସା ଫସିଥିଲେ ଏବେ ହିଁ ମିଳିବ।

ତୁଳା :

ପ୍ରବଳ ଲାଭ ମିଳିବ। କ୍ୟାରିୟରରେ ଉନ୍ନତି ହେବ। ଘରେ ସୁଖ-ଶାନ୍ତି ଲାଗି ରହିବ। ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ। ଛାତ୍ରଛାତ୍ରୀଙ୍କ ସମୟ ଭଲରେ କଟିବ। ଅଟକିଥିବା କାମ ପୂରଣ ହେବ। ସମ୍ପତ୍ତି ସହ ଜଡ଼ିତ ମାମଲାରେ ବିଜୟୀ ହେବେ।

ବିଛା :

ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ଧନୁ :

ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ। ନିଜର କାମ ଯଥା ସମୟରେ ପୂରା କରିନେବେ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି।

ମକର :

ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

କୁମ୍ଭ :

ଆଜିର ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ରହିବ। ଅଟକିଥିବା କାମ ପୂରା ହେବ। ପରିବାରର ଦୀର୍ଘ ଦିନର ସମସ୍ୟା ଆଜି ହିଁ ସମାଧାନ ହେବ। ସ୍ତ୍ରୀଙ୍କ ସହ ସମ୍ପର୍କ ମଧୁର ରହିବ। ବ୍ୟବସାୟ ପାଇଁ ଆଜିର ଦିନଟି ଅତ୍ୟନ୍ତ ଲାଭଦାୟୀ। ଭଗବାନଙ୍କୁ ପ୍ରାର୍ଥନା କରନ୍ତୁ।

ମୀନ :

ଘରେ ସୁଖ-ଶାନ୍ତି ଲାଗି ରହିବ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି। ସରକାରୀ ଚାକିରି ପାଇଁ ଚେଷ୍ଟା କରୁଥିବା ଲୋକଙ୍କୁ ନିଯୁକ୍ତି ମିଳିପାରେ। ନବ ବିବାହିତଙ୍କୁ ବୈବାହିକ ଜୀବନରେ ଭରପୂର ଖୁସି ମିଳିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.