ଆଜି ଏହି ରାଶିର ଲୋକଙ୍କୁ କ୍ୟାରିୟରରେ ସଫଳତା ମିଳିବ, ଦୈନିକ ରାଶିଫଳ

ମେଷ : ଦୀର୍ଘଦିନର ଅଭିଳାଷ ପୂରଣ ହେବାରୁ ମନ ପ୍ରଫୁଲ୍ଲ ରହିବ । ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ଯାତ୍ରା ସମୟରେ ଦବ୍ର୍ୟ ନଷ୍ଟହେବାରୁ ଅନ୍ୟ ଉପରେ ରାଗି ପାରନ୍ତି । କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି ଓ ସଙ୍ଗଠନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

ବୃଷ : ବନ୍ଧୁଙ୍କ ସମ୍ମୁଖରେ ପ୍ରକୃତ ସତ୍ୟ ପ୍ରକାଶକରି ସମସ୍ୟା ସମାଧାନ କରିବେ । ପଡ଼ୋଶୀ ପରୋକ୍ଷ ଶତ୍ରୁତା କରିପାରନ୍ତି । ଦୂରଯାତ୍ରା ସମୟରେ ଯାନବାହନରେ ସତର୍କତା ରକ୍ଷାକରନ୍ତୁ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଉନ୍ନତି କରିବେ ଏବଂ ଋଣ ପରିଶୋଧ କରିପାରନ୍ତି ।

ମିଥୁନ : ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ ନ କଲେ କଳହର ସମ୍ମୁଖୀନ ହେବେ । ଆଜିର ଯାତ୍ରାରେ ସଫଳତା ମିଳିବ ଓ ଅଭିଳଷିତ ଜିନିଷ ପାଇବେ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପଡ଼ୋଶୀ କ୍ରୋଧ କରିପାରନ୍ତି । ପ୍ରକାଶନ, ପ୍ରଶାସନ, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଶଂସିତ ହେବେ ।

କର୍କଟ : ବହୁ ଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ପଡ଼ୋଶୀଙ୍କ ମାଧ୍ୟମରେ ସୁବିଧାରେ ପାଇଯିବେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ । ପରୋକ୍ଷ ଶତ୍ରୁତାରୁ ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ । ଆଜିର ଯାତ୍ରା ସଫଳ ହେବ ଓ ଆଶା ପୂରଣ ହେବା ସୂଚନା ରହିଛି ।

ସିଂହ : ନିଜ ଲୋକଙ୍କ ସହାୟତାରେ ଅର୍ଥ ଓ ସମ୍ମାନ ପାଇବେ । ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ । ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ ।

କନ୍ୟା : ଆଜି ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଝାମେଲା ମଧ୍ୟରେ ସମ୍ପନ୍ନ ହେବ । ବ୍ୟବସାୟ, ବାଣିଜ୍ୟ, ଯୋଗାଯୋଗ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି ।

ତୁଳା : ଆଜି ଆପଣ ଖଳଲୋକଙ୍କ କଥାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କରିବେ । ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ । ମାଲିମକଦ୍ଦମା, ତର୍କବିତର୍କ, ସଭାସମିତି , ସଙ୍ଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ । କଚେରି ମାମଲାରେ ବିଜୟପ୍ରାପ୍ତି ଯୋଗରହିଛି ।

ବିଛା : ବିରକ୍ତ ହେବାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ । ଆଜି ନିଜ ଲୋକଙ୍କ ସହାୟତାରେ ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ଧାତୁ ଅଳଙ୍କାରାଦି କ୍ରୟ କରିବା ଯୋଗ ରହିଛି ।

ଧନୁ : ବିଭିନ୍ନ ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ବନ୍ଧୁମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି । ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନଚେତ ହଜିଯିବା ସମ୍ଭାବନା ରହିଛି ।

ମକର : ସ୍ବାସ୍ଥ୍ୟ ସମସ୍ୟା ଯୋଗୁ କର୍ମକ୍ଷେତ୍ରକୁ ମନ ଲାଗିବ ନାହିଁ । ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ । କଳା, ସାହିତ୍ୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ ।

କୁମ୍ଭ : ଆଜି ଆପଣ କୌଣସି କଥାକୁ ନେଇ ବହୁତ ଚିନ୍ତାରେ ରହିବେ । ବ୍ୟବସାୟ , ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ । ପରିବାରରେ ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିବେ ।

ମୀନ : ପ୍ରତ୍ୟେକ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ସହ ଝଗଡା ହୋଇପାରେ । ମାଲିମକଦ୍ଦମା, ରଚନାମତ୍କ କାର୍ଯ୍ୟ, ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ୍‌ ହେବେ । ବନ୍ଧୁଙ୍କ ସାହାଯ୍ୟରୁ ବିଳମ୍ବରେ ହାତକୁ ନେଇଥିବା କାର୍ଯ୍ୟ ହାସଲରେ ସମର୍ଥ ହେବେ ।