ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ପୂରା ଦିନ

ମେଷ: ବାସ୍ତବତା, ପାରିବାରିକ, ରାଜନୈତିକ,ମାଙ୍ଗଳିକ, ଦୈନିକ ପ୍ରତ୍ୟେକ କ୍ଷେତ୍ରରେ ଆଜିର ଦିନ ଶୁଭପ୍ରଦ ହେବ। ଦେହ ଓ ମନ ସୁସ୍ଥ ରହିବ।

ବୃଷ: ଗ୍ରହମାନଙ୍କର ସ୍ଥିତି, ଅବସ୍ଥିତି ଯୋଗୁ କମ୍‌ ପରିଶ୍ରମ କରିବେ। କିନ୍ତୁ ଅଧିକ ଲାଭ ପାଇବେ। ଆଶା ବାସ୍ତବିକତାର ରୂପ ନେବ। ଅସମ୍ପୂର୍ଣ୍ଣ କାମ ସମ୍ପୂର୍ଣ୍ଣ କରିବେ। ନୂଆ କାମ କରିବାକୁ ଚାହୁଁଥିଲେ ସଫଳ ହେବେ। କମ୍‌ ସମୟ ମଧ୍ୟରେ ଶୀର୍ଷରେ ପହଞ୍ଚିବେ। ଦେହ ଓ ମନ ସୁସ୍ଥ ରହିବ।

ମିଥୁନ: ମିଥୁନ ରାଶିର ବ୍ୟକ୍ତିଙ୍କ ପାଇଁ ବର୍ତ୍ତମାନର ସମୟ ଅତ୍ୟନ୍ତ ଶୁଭ। ଯୋଗ୍ୟତା ଥିବା ବ୍ୟକ୍ତିଙ୍କୁ ଆଶ୍ଚର୍ଯ୍ୟଜନକ ଭାବେ ନିଯୁକ୍ତି ମିଳିବ। ସମସ୍ତ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

କର୍କଟ: କର୍କଶ ସ୍ୱଭାବଯୁକ୍ତ ହେଲେ ମଧ୍ୟ ନିଜ କାର୍ଯ୍ୟ ହାସଲ ପାଇଁ ସମସ୍ତଙ୍କ ସହ ଖାପଖୁଆଇ କାମ କରିବେ। ଆଶା ବାସ୍ତବିକତାର ରୂପ ନେବ। ଜମିବାଡ଼ି କିଣିବେ। ଯାନବାହାନ ପରିବର୍ତ୍ତନ କରିପାରନ୍ତି।

ସିଂହ: ଦୁଃସାହସିକ ପଦକ୍ଷେପ ନେବେ। ପ୍ରତିଦ୍ୱନ୍ଦ୍ୱତା କ୍ଷେତ୍ରରେ ବିଜୟୀ ହେବେ। ନିଜକୁ ବେଶୀ ଆଶାବାଦୀ ହେବା ପାଇଁ ପ୍ରେରଣା ଦିଅନ୍ତୁ। ତାହା କଲେ ନା କେବଳ ଆପଣଙ୍କ ଆତ୍ମବିଶ୍ୱାସ ଓ ବ୍ୟବହାରରେ ବୃଦ୍ଧି ହେବ, ତା ଛଡ଼ା ଆପଣଙ୍କ ଡର, ଈର୍ଷା ଓ ଘୃଣା ପରି ନକରାତ୍ମକ ମନଭାବନା ବି କମିଯିବ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

କନ୍ୟା: ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ତୁଳା: ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ବିଛା: ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ। ନିଜର କାମ ଯଥା ସମୟରେ ପୂରା କରିନେବେ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି।

ଧନୁ: କ୍ଷଣକୋପୀ ରହିବେ। ମାନ ସମ୍ମାନ ମିଳିବ। ଆର୍ଥିକ କ୍ଷତିରୁ ମୁକୁଳିବେ। ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବେପାରରେ ଲାଭର ଯୋଗ ରହିଛି। ପରିବାରରେ ସୁଖ ଶାନ୍ତି ବଢ଼ିବ। ଛାତ୍ରଙ୍କୁ ଲେଖାପଢ଼ାରେ ସଫଳତା ମିଳିବ।

ମକର: ଉଦ୍ୟମରେ ସଫଳତା ମିଳିବ। ଆଶା ବାସ୍ତବରେ ପରିଣତ ହେବ। ସମସ୍ତଙ୍କର ସହଯୋଗ ମିଳିବ। ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। କୌଣସି କାମରେ ଭାଇଭଉଣୀଙ୍କର ସହଯୋଗ ପାଇବେ। ନୂଆ ଚାକିରି ମିଳିବାର ଯୋଗ ରହିଛି।

କୁମ୍ଭ: ବେପାରୀଙ୍କ ଲାଗି ଦିନଟି ଭଲ। ନୂଆ ଯୋଜନା ପ୍ରସ୍ତୁତ କରିବେ। ଅଫିସରେ ନିଜର କାମ ସୁରୁଖୁରୁରେ କରିବେ। ପାରିବାରିକ ଜୀବନ ସୁଖମୟ ହେବ।

ମୀନ: ସାମାଜିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆପଣଙ୍କୁ ଖୁସି ଖବର ମଳିବ। ନୂଆ ଉତ୍ସରୁ ଧନଲାଭ ହେବ। ପ୍ରେମରେ ସଫଳତା ମିଳିବ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.