ରାଶିଫଳ

ଆଜିର ରାଶିଫଳ, ଜାଣନ୍ତୁ ଭାଗ୍ୟରେ କ’ଣ ଅଛି !

ସକାଳୁ ଉଠୁ ଉଠୁ ସମସ୍ତଙ୍କର ଗୋଟିଏ ଚିନ୍ତା ଥାଏ ଆଜିର ଦିନଟି କେମିତି କଟିବ । ଯଦି କୌଣସି ଶୁଭ କାମ ଥାଏ ତେବେ ଭଲରେ ହେବକି ନାହିଁ । ଆଉ ଯଦି କୌଣସି କାର୍ଯ୍ୟରେ ବାହାରକୁ ଯାତ୍ରା କରିବାକୁ ଥାଏ, ତେବେ ତାହା ସଫଳ ହେବ କି ନାହିଁ । ଏମିତି କେତେ କଣ । ଯଦି ଆପଣ ସକାଳୁ ସକାଳୁ ନିଜ ରାଶି ବିଷୟରେ କିଛିଟା ଜାଣିଥାନ୍ତି ତେବେ ଆପଣଙ୍କୁ ଆଉ ସେତେଟା ଭୟ ରହିବ ନାହିଁ। ତେବେ ଜାଣି ରଖନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ…

ମେଷ : ଅଫିସରେ ଆପଣଙ୍କ କାମର ବୋଝ କମ୍ ରହିବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ଜୀବନସାଥୀଙ୍କ ପାଇଁ କୌଣସି ମୂଲ୍ୟବାନ ବସ୍ତୁ କିଣି ପାରନ୍ତି।

ବୃଷ : ନୂଆ ବିଚାର ପ୍ରୟୋଗ ପାଇଁ ସମୟ ଉତ୍ତମ। ପରିଶ୍ରମର ସକାରାତ୍ମକ ଫଳ ପାଇବେ। ଛାତ୍ରଛାତ୍ରୀ ଯୋଜନା ତିଆରି କରି ଅଧ୍ୟୟନ କରନ୍ତୁ।

ମିଥୁନ : ମାନସିକ ରୂପେ ସୁସ୍ଥ ରହିବେ। କୌଣସି ଶୁଭ ଖବର ମିଳିବ। ଶତ୍ରୁମାନେ ଦବି ରହିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କିଛି ନୂଆ ସୁଯୋଗ ପାଇବେ।

କର୍କଟ : କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବେ ବିଚାର ବିମର୍ଶ କରିନିଅନ୍ତୁ। କାରବାରରେ ଉତ୍‍ଥାନ ପତନ ଲାଗିରହିବ। ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ କରିବେ।

ସିଂହ : ଅଧିକାଂଶ ମାମଲାରେ ନିଜକୁ ଭାଗ୍ୟଶାଳୀ ମନେ କରିବେ। ବିଜ୍ଞାନ କ୍ଷେତ୍ରରେ ଥିବା ଲୋକଙ୍କୁ ବଡ଼ ସଫଳତା ମିଳିବ। ବ୍ୟବସାୟରେ ବକେୟା ଅର୍ଥ ପାଇପାରିବେ।

କନ୍ୟା : ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ବଡ଼ ସୁଯୋଗ ମିଳିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ପରିବାରରେ କୌଣସି ଦାୟିତ୍ବ ଗ୍ରହଣ କରିବେ।

ତୁଳା : ଘରୋଇ ଖର୍ଚ୍ଚ କମ୍ ହେବ। ଶିକ୍ଷକଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ। ଘରୋଇ କମ୍ପାନୀରେ ଚାକିରି କରୁଥିବା ଲୋକଙ୍କୁ ଖୁସି ଖବର ମିଳିବ।

ବିଛା : ଆତ୍ମବିଶ୍ବାସ ଓ ଆଶାରେ ପୂର୍ଣ୍ଣ ଦିନଟିଏ। କିଛି ନୂଆ ଅନୁଭବ ପ୍ରାପ୍ତି ହେବ। କାହାରିକୁ ଧାର ଦିଅନ୍ତୁ ନାହିଁ। ପ୍ରେମୀଯୁଗଳ ପରସ୍ପର ଲାଗି କିଛି ବିଶେଷ କରିବେ।

ଧନୁ : ଜରୁରୀ କାମ ନିର୍ଦ୍ଧାରିତ ସମୟରେ ଶେଷ ହେବ। ଜମି ଦଲାଲଙ୍କୁ ଯଥେଷ୍ଟ ଧନଲାଭ ହେବ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ।

ମକର : ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ। ଭୂସଂପତ୍ତି କିଣିବା ଯୋଗ ରହିଛି। ଘରକୁ କୌଣସି ବନ୍ଧୁ ଆସିପାରନ୍ତି।

କୁମ୍ଭ : ଆପଣଙ୍କ ମନରେ ବହୁତ ସକାରାତ୍ମକ ଭାବନା ଆସିବ। ସାଥୀଙ୍କୁ ମନର କଥା କହିପାରନ୍ତି। ଆର୍ଥିକ ପକ୍ଷ ସୁଦୃଢ଼ ରହିବ। ବିବାହିତଙ୍କ ଲାଗି ଭଲ ଦିନଟିଏ।

ମୀନ : ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁ ସହ ଭଲରେ ସମୟ ଅତିବାହିତ କରିବେ। ଶତ୍ରୁମାନେ ଯେତେ ସମସ୍ୟା ସୃଷ୍ଟି କରିବେ ଆପଣ ସେତେ ଲାଭ ପାଇବେ।

WCW 11

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

1 hour ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

2 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

2 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

2 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

2 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

2 hours ago