ରାଶିଫଳ

ଦିନ କେମିତି କଟିବ, ଏବେଠୁ ହିଁ ଜାଣନ୍ତୁ ରାଶିଫଳରୁ

ମେଷ : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ବୃଷ : କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ ସଂପାଦନ କରିବେ। ଦେହ ସୁସ୍ଥ ରହିବ। ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ। କୌଣସି ଭଲ ଖବର ମିଳିବାର ସମ୍ଭାବନା।

ମିଥୁନ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

କର୍କଟ : ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ସିଂହ : ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କନ୍ୟା : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ। ଦିନଟି ଆପଣଙ୍କର ଭଲରେ କଟିଯିବ ।

ତୁଳା : ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନୀ, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ।

ବିଛା : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ଧନୁ : ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ସାହସିକ ପଦକ୍ଷେପ ନେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ରହିବ। ସାମାଜିକ ନ୍ୟାୟ ପ୍ରତିଷ୍ଠା କରିବେ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

ମକର : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନୀ କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।

କୁମ୍ଭ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି।

ମୀନ : ପୂର୍ବରୁ ଖରାପ ଥିଲା। ଏବେ ଭଲ ସମୟ ଆସିଛି। ଉଦ୍ୟମରେ ସଫଳତା ମିଳିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

WCW 11

Recent Posts

ଅନୁଷ୍ଠିତ ହେଲା ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ, ସୃଷ୍ଟି ହୋଇଛି ଖୁବ ଭକ୍ତିମୟ ପରିବେଶ

କଥାରେ ଅଛି ବିଶ୍ୱାସେ ମିଳଇ ହରି, ତର୍କେ ବହୁଦୂର । ଯେଉଁଠି ବିଶ୍ୱାସ ଅଛି ସେଠି ଭଗବାନ ଅଛନ୍ତି ,…

11 mins ago

ବାରବାଟୀରେ ଖେଳାଯିବ ଓ୍ଵାନ-ଡେ ମ୍ୟାଚ୍‌, ଫେବ୍ରୁଆରୀ ୯ରେ ହେବ ଖେଳ

କେନ୍ୟୁଜ(ବ୍ୟୁରୋ) : ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଓ୍ଵାନ ଡେ ମ୍ୟାଚ୍‌ । ୨୦୨୫ ଫେବ୍ରୁଆରୀ ୯ ତାରିଖ ରବିବାରରେ ଖେଳାଯିବ…

13 mins ago

୭୫ ବର୍ଷ ବୟସରେ ତିନିଚକିଆ ଗାଡିରେ ଘର ଘର ବୁଲି ପରିବା ବିକୁଛନ୍ତି ଦିବ୍ୟାଙ୍ଗ

ସୋରଡା (କେନ୍ୟୁଜ) : ଏଇ ବୋଧେ ଜୀବନ । ଆଉ ଏ ଜୀବନରେ ଇଏ ବୋଧେ ସଂଘର୍ଷ । ତିନି…

27 mins ago

ତାତି ନେଉଛି ଜୀବନ, ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ତାତି ନେଉଛି ଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା…

28 mins ago

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

1 hour ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

1 hour ago