Below header

ଆଜିର କ’ଣ କହୁଛି ଆପଣଙ୍କ ଭାଗ୍ୟ, ପଢ଼ନ୍ତୁ ରାଶିଫଳ

ମେଷ :

ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

ବୃଷ :

ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ମିଥୁନ :

ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ। ଆପଣଙ୍କ ଆକର୍ଷିତ ବ୍ୟବହାର ଅନ୍ୟମାନଙ୍କ ଧ୍ୟାନ ଆପଣଙ୍କ ଆଡକୁ ଟାଣିବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

କର୍କଟ :

ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଯେଉଁମାନେ ନିଜ ପ୍ରିୟ ସହ ଯାତ୍ରା କରୁଛନ୍ତି ସେମାନଙ୍କ ପାଇଁ ଏହା ଅତି ସ୍ମରଣୀୟ କ୍ଷଣ ହେବ।

ସିଂହ :

ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ।

କନ୍ୟା :

ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ତୁଳା :

ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ବିଛା :

ଆଜି ଅଜାଣତରେ ଆପଣଙ୍କ ଦ୍ଵାରା କୌଣସି ଭୁଲ ହୋଇପାରେ, ଯାହାଦ୍ୱାରା ଆପଣଙ୍କ ଉପରିସ୍ଥ କର୍ମଚାରୀ ଆପଣଙ୍କ ଉପରେ କ୍ରୋଧ କରିପାରନ୍ତି। ପ୍ରେମ କ୍ଷେତ୍ରରେ ଆଜି ଆପଣଙ୍କୁ କେହି ଭୁଲ ବୁଝି ପାରନ୍ତି।

ଧନୁ :

ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମକର :

ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁପ୍ତ ବୈଠକ କରିବେ। କୌଣସି ଭଲ ଖବର ମିଳିବାର ସମ୍ଭାବନା ରହିଛି। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କୁମ୍ଭ :

ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

ମୀନ :

ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.