ଆଜିର ରାଶିଫଳ! ଏବେଠୁ ପଢ଼ନ୍ତୁ ଓ ସେହି ଅନୁସାରେ କାମ କରନ୍ତୁ

ମେଷ: ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ସୁଖମୟ ହେବ। କର୍ମରେ ଉନ୍ନତି, ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ କର୍ମ କୁଶଳତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ମନରେ ପ୍ରସନ୍ନତା ଓ ଆତ୍ମସନ୍ତୋଷ ଭାବ ପ୍ରକାଶ ପାଇବ। ଶୁଭରଙ୍ଗ- କଫି, ଶୁଭସଂଖ୍ୟା- ୩

ବୃଷ: ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ହେବ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ ଆର୍ଥିକ ସଙ୍କଟ ଦେଖାଦେବ। କର୍ମରେ ବିଫଳତା, ସମ୍ମାନ ହାନି ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଶୁଭରଙ୍ଗ-ଲାଲ୍‌, ଶୁଭସଂଖ୍ୟା-୬

ମିଥୁନ: ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ସମ୍ପୂର୍ଣ୍ଣ ହେବ। ଖୁସି ଖବର ପାଇବେ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ଭେଟ ହେବ। ସମାଜରେ ମାନ ସମ୍ମାନ ପାଇବେ। ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧୨

କର୍କଟ: ଆକସ୍ମିକ ଧନଲାଭ ଏବଂ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ନୂତନ ବ୍ୟବସାୟ ପାଇଁ ସୁଯୋଗ ଜୁଟିବ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ଲାଗି ଉଦ୍ୟମ କରିବେ। ଶୁଭରଙ୍ଗ- ମାଟିଆ, ଶୁଭସଂଖ୍ୟା- ୧୧

ସିଂହ: ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି। ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୬

କନ୍ୟା: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ପ୍ରାପ୍ତି ହେବ । ଆମୋଦ ପ୍ରମୋଦ ଏବଂ ମଉଜ, ମଜଲିସ୍‌ରେ ଅଧିକ ଧ୍ୟାନ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭବ କରିବେ। ଶୁଭରଙ୍ଗ-ଗୋଲାପୀ, ଶୁଭସଂଖ୍ୟା-୩

ତୁଳା: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଧନପ୍ରାପ୍ତି ହେବ। କର୍ମରେ ସଫଳତା, ସମ୍ମାନ ଓ ମହିଳା ସହକର୍ମୀଙ୍କ ସହଯୋଗ ଲାଭ କରିବେ। ପରିବାରକୁ ଅଧିକ ସମୟ ଦେବେ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ଶୁଭରଙ୍ଗ- ଧଳା, ଶୁଭସଂଖ୍ୟା- ୮

ବିଛା: ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଶୁଭରଙ୍ଗ- ନୀଳ, ଶୁଭସଂଖ୍ୟା- ୨

ଧନୁ : ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ରହିବ ଏବଂ କର୍ମରେ ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ଶରୀର ସୁସ୍ଥ ରହିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ। ଶୁଭରଙ୍ଗ-କଳା, ଶୁଭସଂଖ୍ୟା-୬

ମକର: ଆଜି କର୍ମକ୍ଷେତ୍ରରେ ଅସୁବିଧା ଯୋଗୁ ଟେନ୍‌ସନ ମଧ୍ୟରେ ରହିବାକୁ ପଡ଼ିପାରେ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ବ୍ୟସ୍ତତା ବଢ଼ିପାରେ। ଟଙ୍କା ପଇସା, ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ରହିବା ଭଲ ହେବ। ଶୁଭରଙ୍ଗ- ସବୁଜ, ଶୁଭସଂଖ୍ୟା- ୯

କୁମ୍ଭ: କର୍ମକ୍ଷେତ୍ରରେ ଆକସ୍ମିକ କେତେକ ସମସ୍ୟା କାରଣରୁ ପୂର୍ବ ସ୍ଥିରୀକୃତ କାର୍ଯ୍ୟ ସ୍ଥଗିତ ରହିପାରେ। ବନ୍ଧୁଙ୍କ ସାହାଯ୍ୟ, ସହଯୋଗର ଅଭାବ ନ ଥିଲେ ମଧ୍ୟ ପାରିବାରିକ ମନାନ୍ତର କାମକୁ ବିଗାଡ଼ି ଦେଇପାରେ। ଶତଭିଷା ନକ୍ଷତ୍ରର ଲୋକ ଆରୋଗ୍ୟଲାଭ କରିବା ସହ ରାଜନୀତିରେ ନୈତିକ ସମର୍ଥନ ହାସଲ କରିପାରିବେ। ଶୁଭରଙ୍ଗ- ନାରଙ୍ଗୀ, ଶୁଭସଂଖ୍ୟା- ୧

ମୀନ: ଦୁଃସାହସିକ ପଦକ୍ଷେପ ନେବେ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ। ଆଶା ବାସ୍ତବତାରେ ପରିଣତ ହେବ। ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ନିଜ କାର୍ଯ୍ୟଦକ୍ଷତା ବଳରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ସମ୍ପାଦନା କରିବେ। ଉପରିସ୍ଥ କର୍ମଚାରୀଙ୍କ ସହଯୋଗରେ ପଦୋନ୍ନତି ମିଳିବ। ଦେହ ଓ ମନ ସୁସ୍ଥ ରହିବ। ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୫

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.