ରାଶିଫଳ

ଆଜିର ଭାଗ୍ୟ ! ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କର କେମିତି କଟିବ ଦିନ

ମେଷ :

ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ବୃଷ :

ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ମିଥୁନ :

ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁପ୍ତ ବୈଠକ କରିବେ। କୌଣସି ଭଲ ଖବର ମିଳିବାର ସମ୍ଭାବନା ରହିଛି। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କର୍କଟ :

ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ସିଂହ :

ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

କନ୍ୟା :

ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

ତୁଳା :

ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ କ୍ଷତି ସହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ନିନ୍ଦିତ ହୋଇପାରନ୍ତି।

ବିଛା :

ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

ଧନୁ :

ସାହସିକ ପଦକ୍ଷେପ ନେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ରହିବ। ସାମାଜିକ ନ୍ୟାୟ ପ୍ରତିଷ୍ଠା କରିବେ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

ମକର :

ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

କୁମ୍ଭ :

ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମୀନ :

ପୂର୍ବରୁ ସମୟ ଖରାପ ଥିଲା। କିନ୍ତୁ ଏବେ ଭଲ ସମୟ ଆସିଛି। ଏଣୁ ଉଦ୍ୟମରେ ସଫଳତା ମିଳିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

WCW 11

Recent Posts

ଅନୁଷ୍ଠିତ ହେଲା ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ, ସୃଷ୍ଟି ହୋଇଛି ଖୁବ ଭକ୍ତିମୟ ପରିବେଶ

କଥାରେ ଅଛି ବିଶ୍ୱାସେ ମିଳଇ ହରି, ତର୍କେ ବହୁଦୂର । ଯେଉଁଠି ବିଶ୍ୱାସ ଅଛି ସେଠି ଭଗବାନ ଅଛନ୍ତି ,…

12 mins ago

ବାରବାଟୀରେ ଖେଳାଯିବ ଓ୍ଵାନ-ଡେ ମ୍ୟାଚ୍‌, ଫେବ୍ରୁଆରୀ ୯ରେ ହେବ ଖେଳ

କେନ୍ୟୁଜ(ବ୍ୟୁରୋ) : ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଓ୍ଵାନ ଡେ ମ୍ୟାଚ୍‌ । ୨୦୨୫ ଫେବ୍ରୁଆରୀ ୯ ତାରିଖ ରବିବାରରେ ଖେଳାଯିବ…

13 mins ago

୭୫ ବର୍ଷ ବୟସରେ ତିନିଚକିଆ ଗାଡିରେ ଘର ଘର ବୁଲି ପରିବା ବିକୁଛନ୍ତି ଦିବ୍ୟାଙ୍ଗ

ସୋରଡା (କେନ୍ୟୁଜ) : ଏଇ ବୋଧେ ଜୀବନ । ଆଉ ଏ ଜୀବନରେ ଇଏ ବୋଧେ ସଂଘର୍ଷ । ତିନି…

27 mins ago

ତାତି ନେଉଛି ଜୀବନ, ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ତାତି ନେଉଛି ଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା…

28 mins ago

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

1 hour ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

1 hour ago