ରାଶିଫଳ

ଦିନ ଆରମ୍ଭରୁ ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ :

କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବେ ବିଚାର ବିମର୍ଶ କରିନିଅନ୍ତୁ। ମିଥ୍ୟା ଅପବାଦରେ ଅପମାନିତ ହେବେ। କାରବାରରେ ଉତ୍‍ଥାନ ପତନ ଲାଗିରହିବ। ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ କରିବେ।

ବୃଷ :

ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ। ଭୂସଂପତ୍ତି କିଣିବା ଯୋଗ ରହିଛି। ଘରକୁ କୌଣସି ବନ୍ଧୁ ଆସିପାରନ୍ତି। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ମିଥୁନ :

ଜରୁରୀ କାମ ନିର୍ଦ୍ଧାରିତ ସମୟରେ ଶେଷ ହେବ। ଜମି ଦଲାଲଙ୍କୁ ଯଥେଷ୍ଟ ଧନଲାଭ ହେବ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ।

କର୍କଟ :

ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ବଡ଼ ସୁଯୋଗ ମିଳିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ପରିବାରରେ କୌଣସି ଦାୟିତ୍ବ ଗ୍ରହଣ କରିବେ। ବନ୍ଧୁଙ୍କ ସହ ସମ୍ପର୍କ ମଧୁର ହେବ।

ସିଂହ :

ଆଜି ଆପଣଙ୍କ ମନରେ ସକାରାତ୍ମକ ଭାବନା ଆସିବ। ସାଥୀଙ୍କୁ ମନର କଥା କହିପାରନ୍ତି। ଆର୍ଥିକ ପକ୍ଷ ସୁଦୃଢ଼ ରହିବ। ବିବାହିତଙ୍କ ଲାଗି ଭଲ ଦିନଟିଏ। ଦୀର୍ଘ ଦିନରୁ ଲାଗି ରହିଥିବା ଚିନ୍ତା ଦୂର ହେବ।

କନ୍ୟା :

ଅଫିସରେ ଆପଣଙ୍କ କାମର ବୋଝ କମ୍ ରହିବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ଜୀବନସାଥୀଙ୍କ ପାଇଁ କୌଣସି ମୂଲ୍ୟବାନ ବସ୍ତୁ କିଣି ପାରନ୍ତି। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ।

ତୁଳା :

ମାନସିକ ରୂପେ ସୁସ୍ଥ ରହିବେ। କୌଣସି ଶୁଭ ଖବର ମିଳିବ। ଶତ୍ରୁମାନେ ଦବି ରହିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କିଛି ନୂଆ ସୁଯୋଗ ପାଇବେ। ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।

ବିଛା :

ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି। ବନ୍ଧୁ ସହ ଭଲରେ ସମୟ ଅତିବାହିତ କରିବେ। ଶତ୍ରୁମାନେ ଯେତେ ସମସ୍ୟା ସୃଷ୍ଟି କରିବେ ଆପଣ ସେତେ ଲାଭ ପାଇବେ।

ଧନୁ :

ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ।

ମକର :

ଆତ୍ମବିଶ୍ବାସ ଓ ଆଶାରେ ପୂର୍ଣ୍ଣ ଦିନଟିଏ। କିଛି ନୂଆ ଅନୁଭବ ପ୍ରାପ୍ତି ହେବ। କାହାରିକୁ ଧାର ଦିଅନ୍ତୁ ନାହିଁ। ପ୍ରେମୀଯୁଗଳ ପରସ୍ପର ଲାଗି କିଛି ବିଶେଷ କରିବେ। ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ।

କୁମ୍ଭ :

ନୂଆ ବିଚାର ପ୍ରୟୋଗ ପାଇଁ ସମୟ ଉତ୍ତମ। ପରିଶ୍ରମର ସକାରାତ୍ମକ ଫଳ ପାଇବେ। ଛାତ୍ରଛାତ୍ରୀ ଯୋଜନା ତିଆରି କରି ଅଧ୍ୟୟନ କରନ୍ତୁ। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳ କୁଦରେ ପ୍ରଶଂସା ପାଇବେ।

ମୀନ :

ଘରୋଇ ଖର୍ଚ୍ଚ କମ୍ ହେବ। ଶିକ୍ଷକଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ। ଘରୋଇ କମ୍ପାନୀରେ ଚାକିରି କରୁଥିବା ଲୋକଙ୍କୁ ଖୁସି ଖବର ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ବେପାରୀଙ୍କ ଲାଗି ଦିନଟି ଭଲ।

WCW 11

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

22 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

24 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago