ରାଶିଫଳ

ଜାଣନ୍ତୁ କେଉଁ ରାଶି ପାଇଁ ଦିନଟି ଚିନ୍ତା ମୁକ୍ତ ରହିବ

ମେଷ:  ଚାକିରି ମିଳିବାର ସମ୍ଭାବନା ରହିଛି । ଗହଣା ବେପାରୀଙ୍କ ପାଇଁ ଦିନଟି ଲାଭଦାୟକ ହେବ। କୌଣସି ପୂରୁଣା କାମ ପୂରା କରିବାକୁ ଚିନ୍ତା କରିବେ । ପୂରା ଦିନରେ ଆପଣ ବହୁତ ଖୁସି ରହିବେ । ଗୁରୁଜନଙ୍କ ଆଶିର୍ବାଦ ମିଳିବ । ସ୍ୱାସ୍ଥ୍ୟ ଭଲ ରହିବ । ସନ୍ଧ୍ୟାରେ ପିଲାଙ୍କ ସହ ଭଲ ସମୟ ଅତିବାହିତ କରିବେ । ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ ।

ବୃଷ:  ଅଫିସ୍‌ରେ କାମକୁ ନେଇ ଆପଣଙ୍କର ଗୁରୁତ୍ୱ ବଢିବ । ଆସବାବପତ୍ର କିଣିବା ପାଇଁ ଦିନଟି ଭଲ । ରାଜନୀତି କରୁଥିବା ଲୋକଙ୍କ ପାଇଁ ଦିନଟି ଅନୁକୂଳ ରହିବ। ଚାକିରି ମିଳିବାର ସମ୍ଭାବନା ରହିଛି । ଆଜି ଆପଣ ଅଧିକ ଖର୍ଚ୍ଚ କରନ୍ତୁ ନାହିିଁ। ଆଜି କିଛି ନୂଆ ଦାୟିତ୍ୱ ମିଳିବ । ଆୟ ବୃଦ୍ଧି ହୋଇପାରେ । ସ୍ୱାସ୍ଥ୍ୟ ଭଲ ରହିବ । ସବୁ ଠିକ୍‌ ରହିବ ।

ମିଥୁନ:  ଆଜି କିଛି ନୂଆ ଦାୟିତ୍ୱ ମିଳିବ । ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଦିନଟି ଶୁଭମୟ ହେବ। ଲଭ୍‌ମେଣ୍ଟ୍‌ଙ୍କ ସହ ବାହାରକୁ ଯାଇ ପାରନ୍ତି । ସାଙ୍ଗଙ୍କ ସହ ଦିନଟି ଭଲ ରହିବ । ଆପଣ ନିଜ କାମ କରିବା ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବେ । ଯାହାଦ୍ୱାରା ଆପଣଙ୍କ ଭବିଷ୍ୟତରେ ଲାଭ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ ।

କର୍କଟ: ଅଫିସ୍‌ର ବରିଷ୍ଠ କର୍ମଚାରୀମାନେ ଆପଣଙ୍କ କାମରେ ଖୁସି ହେବେ । ଆପଣଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଲଭ୍‌ମେଣ୍ଟ୍‌ଙ୍କ ପାଇଁ ଦିନଟି ଭଲ ରହିବ । ପୂର୍ବରୁ କରିଥିବା କାମରେ ସଫଳତା ମିଳିବ, ଚାକିରି ମଧ୍ୟ ମିଳିଯିବ । ଏହାସହ ସାଙ୍ଗସାଥିଙ୍କ ସହ ଭେଟ ହେବାର ସୁଯୋଗ ରହିଛି । କ୍ୟାରିୟରରେ ଆଗକୁ ବଢିବେ ।

ସିଂହ: କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଦ୍ୱନ୍ଦ୍ୱରେ ରହିବେ । କୌଣସି କାମ କରିବା ପୂର୍ବରୁ ଅନୁଭବୀ ବ୍ୟକ୍ତିଙ୍କ ଠାରୁ ଉପଦେଶ ନେବା ଠିକ୍‌ ହେବ। ଲଭ୍‌ମେଣ୍ଟ୍‌ଙ୍କ ସହ ବାହାରକୁ ଯାଇପାରନ୍ତି । ବନ୍ଧୁ ସହ ଦିନଟି ଅତିବାହିତ କରିବେ । ଜୀବନସାଥୀଙ୍କ ସହ ଝଗଡା ଦୂର ହେବ ।   ପିଲାମାନେ ପାଠ ପଢାରେ ଆଗକୁ ଯାଇପାରନ୍ତି ।

କନ୍ୟା: କିଛି ଶୁଭ ଖବର ମିଳିପାରେ । ଅଫିସ୍‌ରେ ସହକର୍ମିଙ୍କ ସହଯୋଗ ମିଳିବ । ନିଜ କାମରେ ଖୁସି ରହିବେ । ଲୋକମାନେ ଆପଣଙ୍କ କାମର ପ୍ରଶଂସା କରିବେ । ରାଜନୀତିରେ ଥିବା ଲୋକଙ୍କ ପାଇଁ ଦିନଟି ଭଲ ରହିବ । ଏହାସହ ସାଙ୍ଗସାଥିଙ୍କ ସହ ଭେଟ ହେବାର ସୁଯୋଗ ରହିଛି। ଆପଣଙ୍କ ଭାଗ୍ୟ ଆପଣଙ୍କ ସହିତ ରହିବ ।

ତୁଳା: କୌଣସି ସାମଜିକ କାମରେ ରୁଚି ଆସିବ । ଲଭ୍‌ମେଣ୍ଟ୍‌ ନିଜ ସାଥିକୁ କୌଣସି ଭଲ ଉପହାର ଦେବେ । ଯାହାଦ୍ୱାରା ସମ୍ପର୍କ ସଦୃଢ ହେବ । ଅଫିସ୍‌ କାମରେ ବିଳମ୍ବ ହେବ ।  ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଦିନଟି ଶୁଭମୟ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ । କୌଣସି ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି ।

ବିଛା: ପିଲାଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । ଜରୁରୀ କାମ ଥିଲେ ପୂରା ହୋଇଯିବ । ଦାମ୍ପାତ୍ୟ ଜୀବନରେ ଖୁସି ମିଳିବ । ଛାତ୍ରଛାତ୍ରୀମାନଙ୍କୁ କୌଣସି ପ୍ରତିଯୋଗିତାରେ ଭାଗ ନେବା ପାଇଁ ମଉକା ମିଳିବ ।  କୌଣସି କାମ କରୁଥିବା ସମୟରେ ଆପଣ ଅନ୍ୟ କାମ ସାରିବା ପାଇଁ ଚେଷ୍ଟା କରିବେ ।

ଧନୁ: ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ବ୍ୟବହାର ଖରାପ ଯୋଗୁ ଲୋକଙ୍କ ସହ ଆପଣଙ୍କର ଝଗଡା ହୋଇପାରେ । ଖେଳାଳିଙ୍କୁ କାର୍ଯ୍ୟରେ ସଫଳତା ମିଳିବ । ଏହି ରାଶିର ଲୋକେ କିଛି ଚୁକ୍ତି ସ୍ୱାକ୍ଷର କରିବେ । ଆଜି ଆପଣ ବ୍ୟବସାୟ କିମ୍ବା ଅଫିସ୍‌ କାମରେ ଯାତ୍ରା କରିପାରନ୍ତି । ଯାହାର ଲାଭ ଆଗକୁ ଆସୁଥିବା ସମୟରେ ମିଳିବ ।

ମକର: କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ଯାହାଦ୍ୱାରା ପୂରା ଦିନ ଆପଣ ଖୁସି ରହିବେ । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିବ ।  ଲଭ୍‌ମେଣ୍ଟ୍‌ଙ୍କ ସହ ବାହାରକୁ ଯାଇ ପାରନ୍ତି । ଶୁଭ ସମାଚାର ମିଳିବାର ସମ୍ଭାବନା ରହିଛି । ପାରିବାରିକ ସମ୍ପର୍କ ଭଲ ରହିବ । କୌଣସି ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ଚିନ୍ତା କରିଥିବା କାମ ପୂରା ହୋଇଯିବ ।

କୁମ୍ଭ: ମିତ୍ର କୌଣସି କାମରେ ସାହାଯ୍ୟ କରିବେ, ଯାହାଦ୍ୱାରା କାମ ବହୁତ ସହଜରେ ପୂରା ହୋଇଯିବ । ବିବାଦରୁ ଦୂରେଇ ରହିଲେ ଆପଣଙ୍କ ପାଇଁ ଭଲ ରହିବ । ସମସ୍ତଙ୍କ ସହ ମଧୁର ଭାଷାରେ କଥା ହେବେ, ଯାହାଦ୍ୱାରା ଆପଣଙ୍କୁ ସମସ୍ତେ ପସନ୍ଦ କରିବେ । ଜୀବନସାଥୀଙ୍କ ସହ ବାହାରକୁ ଯାଇପାରନ୍ତି । ଅର୍ଥ ପ୍ରାପ୍ତି ହୋଇପାରେ ।

ମୀନ: କ୍ୟାରିୟର ବିଷୟରେ ଚିନ୍ତା କରିବେ । କାମକୁ ନୂଆ କରି ଆରମ୍ଭ କରିବେ । ଯେକୌଣସି କାମ କରିବେ ତାକୁ ଯତ୍ନର ସହିତ କରିବା ଉଚିତ । ସହକର୍ମିଙ୍କ ଠାରୁ ସାହାଯ୍ୟ ଆଶା କରିବେ । ପରିବାର ସହ ସମୟ ଅତିବାହିତ କରିବେ । ଏହି ରାଶିର ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ଏବଂ ପଢିବାରେ ମନ ଲାଗିବ । ଚାକିରି ମିଳିବାର ସମ୍ଭାବନା ରହିଛି ।

 

KNews Bureau

Recent Posts

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

23 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

30 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

37 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

45 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

48 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

55 mins ago