ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ କେଉଁ ରାଶିର ଲୋକେ ହେବେ ଭାଗ୍ୟଶାଳୀ

ମେଷ : କର୍ମକ୍ଷେତ୍ରରେ ଟେନସନ୍‌ କମିଯିବ, ମାତ୍ର ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହେବାର ଆଶଙ୍କାକୁ ଏଡ଼ାଇ ହେବନି । ଉଚ୍ଚଶିକ୍ଷା, ସନ୍ତାନ, ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବେ । ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି ।

ବୃଷ : ଦୀର୍ଘଦିନ ହେଲା ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି, ସେଥିରେ ବିଳମ୍ବରେ ସଫଳତା ପାଇବେ । ସମ୍ପର୍କୀୟଙ୍କ ସାହାଯ୍ୟ ଲାଭ କରି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି । ସ୍ବାସ୍ଥ୍ୟ ଭଲ ରହିବ ।

ମିଥୁନ : ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ହେବେ । ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ ବଳାଇବେ । କିନ୍ତୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ପରିବାରରେ ବିଶୃଙ୍ଖଳିତ ଭଳି ସମସ୍ୟା ଦେଖା ଦେଇପାରେ ।

କର୍କଟ : ଆଶା ପୂରଣ ହେବା କାରଣରୁ ମନ ଖୁସି ରହିବ । ଜମିଜମା କିମ୍ବା ଗୃହ ସୀମାକୁ କେନ୍ଦ୍ରକରି ରହିଥିବା ବିବଦମାନ ସ୍ଥିତିରୁ ମୁକ୍ତି ମିଳିବ । ଅନ୍ୟମାନଙ୍କ ଉଦ୍ଦେଶ୍ୟକୁ ବୁଝିନପାରି ନୀଚ ମନୋଭାବର ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ । ଆବଶ୍ୟକତା ପୂରଣ ସକାଶେ ଧାର କରିବାକୁ ପଡ଼ିପାରେ ।

ସିଂହ : ଭୁଲ୍‌ ବୁଝାମଣାରୁ ପରିବାରରେ କଳହ ସୃଷ୍ଟି ହେବାର ଆଶଙ୍କା ରହିଛି । ସାଙ୍ଗଠନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ । ଆଜି ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଠିକ୍‌ ସମୟରେ ଯାଇପାରିବେ ନାହିଁ ।

କନ୍ୟା : କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବନ୍ଧୁମିଳନ ଅବକାଶରେ ସନ୍ତାନମାନଙ୍କ ବୈବାହିକ ପ୍ରସ୍ତାବର ଆଲୋଚନା କରିପାରନ୍ତି । ସଭାସମିତିରେ ଯୋଗ ଦେଇ ଲାଭବାନ୍‌ ହେବେ ଓ ସମ୍ମାନ, ପ୍ରତିଷ୍ଠା ପାଇବେ । ସ୍ଥିରୀକୃତ ଗସ୍ତ କାର୍ଯ୍ୟକ୍ରମ ଆକସ୍ମିକ ଭବେ ବାତିଲ ହେବାର ଆଶଙ୍କା ରହିଛି ।

ତୁଳା : ଆଜି ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ଖୁସି ହେବେ । ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍‌ ହେବ ଏବଂ ଏଥିପାଇଁ ବନ୍ଧୁ ମହଲରେ କଳହର ସମ୍ମୁଖୀନ ହେବାକୁ ପଡ଼ିପାରେ । କଥା ଦେଇଥିବା ଲୋକଟି ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶ୍ରୟ ନେଇପାରନ୍ତି ।

ବିଛା : ସହକର୍ମୀମାନେ ସହଜରେ ହାତ ବଢ଼ାଇବେ । ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିବାର ଆଶଙ୍କା ରହିଛି । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ଯେତେ ପାଇଲେ ମଧ୍ୟ ଅଭାବ ଲାଗି ରହିବା କାରଣରୁ ମନେମନେ ଅଶାନ୍ତି ଅନୁଭବ କରିପାରନ୍ତି ।

ଧନୁ : ଆଜି ବିଭିନ୍ନ ଯୋଜନା ସମ୍ପର୍କୀୟ ଆଲୋଚନା, ଜମିଜମା କାରବାର ଏବଂ ଗାଡ଼ି ମୋଟର ମରାମତି ପ୍ରଭୃତି ସକାଶେ ବ୍ୟସ୍ତ ରହିବେ । ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ, ଯାହାକି ଆପଣଙ୍କ କାମକୁ ବହୁତ ପରିମାଣରେ ସହଜ କରିବ ।

ମକର : କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ଅନୁରୋଧକ୍ରମେ ସ୍ଥଗିତ କାମକୁ ସମ୍ପନ୍ନ କରିବେ । ମିଠା କଥା କହି ସହକର୍ମୀଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହୋଇପାରନ୍ତି । ପ୍ରତିଦ୍ୱନ୍ଦ୍ୱିତା କାରଣରୁ ବାଣିଜ୍ୟ, ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ । ଆଜି ସାଙ୍ଗମାନଙ୍କ ସହିତ ବାହାରକୁ ଯାଇପାରନ୍ତି ।

କୁମ୍ଭ : ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ । ସାମାଜିକ ସ୍ତରରେ ଲୋକାଭିମୁଖୀ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ବ୍ୟବସାୟିକ ସଫଳତା ମିଳିବ ଓ କଳା ସାହିତ୍ୟରେ ପ୍ରଶଂସିତ ହେବେ । ଅଭାବ ନ ଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ର କରି ପରିବାରରେ ଝଡ଼ ଉଠିପାରେ ।

ମୀନ : ଆଜି ଆପଣ କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିପାରିିବେ । ବନ୍ଧୁମାନଙ୍କ ସାହାଯ୍ୟରୁ ଜମିଜମା ବିବାଦରେ, ପରିବହନର ଝଗଡ଼ାରେ ସମାଧାନ ହୋଇପାରିବ । ବିଭିନ୍ନ ସୂତ୍ରରୁ ରୋଜଗାର କରିବେ । ଅର୍ଥ, ପ୍ରଶାସନ, ଆଇନ, ସଭା ସମିତି, ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ଭଳି ଖୁସି ମିଳିବ ।

You might also like