ଜାଣନ୍ତୁ, ଆଜି ଆପଣଙ୍କ ଭାଗ୍ୟରେ କ’ଣ ଅଛି !

ମେଷ :

ମେଷ ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହେବାର ଯୋଗ ରହିଛି। ଏହା ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ। ଯଦି ଆପଣ କେଉଁ ସ୍ଥାନରେ ନିବେଶ କରିବାକୁ ଚାହୁଁଛନ୍ତି ତେବେ ଆପଣଙ୍କୁ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ମଧ୍ୟ ଆପଣଙ୍କୁ ଆର୍ଥିକ ଉନ୍ନତି ମିଳିବ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ଧଳା।

ବୃଷ :

ବେପାରରେ ମନପ୍ରାଣ ଢାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ଖାସ୍ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ। ଶୁଭ ସଂଖ୍ୟା ୪ ଏବଂ ଶୁଭ ରଙ୍ଗ ବାଇଗଣୀ।

ମିଥୁନ :

ମିଥୁନ ରାଶିର ବ୍ୟକ୍ତି ଯେଉଁମାନେ ଚାକିରି କିମ୍ବା ବ୍ୟବସାୟ କରୁଛନ୍ତି, ସେମାନଙ୍କୁ ଶତ ପ୍ରତିଶତ ସଫଳତା ମିଳିବ। ଏହି ରାଶିର ଲୋକଙ୍କ ଜାତକରେ ଆୟ ବୃଦ୍ଧି ହେବ। ଏହା ସହ ନବ ବିବାହିତଙ୍କୁ ବୈବାହିକ ଜୀବନରେ ଭରପୂର ଖୁସି ମିଳିବ। ଶୁଭ ସଂଖ୍ୟା ୯ ଏବଂ ଶୁଭ ରଙ୍ଗ ହଳଦିଆ।

କର୍କଟ :

କର୍କଟ ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ପ୍ରତିଟି କାମ ମଙ୍ଗଳକାରୀ ସାବ୍ୟସ୍ତ ହେବ। ଚାକିରି କରୁଥିବା ଲୋକଙ୍କୁ ପ୍ରଶଂସା ମିଳିବ। ଦୈନିକ ଆୟ ବଢ଼ିବ। ସେହିପରି ଜମିଜମା କ୍ଷେତ୍ରରେ ମଧ୍ୟ ଲାଭ ମିଳିବ। ଶୁଭ ସଂଖ୍ୟା ୭ ଏବଂ ଶୁଭ ରଙ୍ଗ ସବୁଜ।

ସିଂହ :

ସିଂହ ରାଶିର ବ୍ୟକ୍ତି ଆଜି ଅଧିକ ଲାଭବାନ ହେବେ। ଆଜି ମଜା-ମସ୍ତିରେ ରହିବେ। ଆପଣ ଯାହା କିଛି ବି କରୁଛନ୍ତି ପୂରା ମନରୁ କରନ୍ତୁ। ଦିନଟି ଆପଣଙ୍କ ପାଇଁ ସବୁଦିନ ସ୍ମୃତି ହୋଇ ରହିବ। ଆର୍ଥିକ ଉନ୍ନତି ଘଟିବ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ବ୍ୟବସାୟ କରୁଥିବା ବ୍ୟକ୍ତି ଅଟକି ଥିବା ଟଙ୍କା ଫେରିପାଇବେ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ବାଇଗଣୀ।

କନ୍ୟା :

ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ସନ୍ତାନଠୁ ଖୁସି ପାଇବେ। ଚାକିରି କରିଥିବା ବ୍ୟକ୍ତିଙ୍କୁ ପଦୋନ୍ନତି ମିଳିବ। ପୁରୁଣା ଶତ୍ରୁ, ପୁରୁଣା ବିବାଦ ଏବଂ ପୁରୁଣା କଥା ସାମ୍ନାକୁ ଆସିପାରେ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ବାଇଗଣୀ।

ତୁଳା :

ତୁଳା ରାଶିର ବ୍ୟକ୍ତିଙ୍କୁ ଧନପ୍ରାପ୍ତି ହେବ। ଦୀର୍ଘ ଦିନ ଧରି ଅଟକିଥିବା କାମରେ ଆଜି ସଫଳତା ମିଳିବ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ। ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ ରହିଛି। ଶୁଭ ସଂଖ୍ୟା ୮ ଏବଂ ଶୁଭ ରଙ୍ଗ ଗୋଲାପୀ।

ବିଛା :

ଆତ୍ମବିଶ୍ବାସ ଓ ଆଶାରେ ପୂର୍ଣ୍ଣ ଦିନଟିଏ। କିଛି ନୂଆ ଅନୁଭବ ପ୍ରାପ୍ତି ହେବ। କାହାରିକୁ ଧାର ଦିଅନ୍ତୁ ନାହିଁ। ପ୍ରେମୀଯୁଗଳ ପରସ୍ପର ଲାଗି କିଛି ବିଶେଷ କରିବେ। ଦୂର ଯାତ୍ରା କରୁଥିଲେ ସତର୍କ ରୁହନ୍ତୁ। ଶାରୀରିକ ଏବଂ ମାନସିକ କଷ୍ଟ ପାଇପାରନ୍ତି। ଗୁପ୍ତ ଧନ ପାଇପାରନ୍ତି। ଶୁଭ ସଂଖ୍ୟା ୪ ଏବଂ ଶୁଭ ରଙ୍ଗ ଧଳା।

ଧନୁ :

ଯଦି କର୍ମକ୍ଷେତ୍ରରେ କାହାକୁ ଠକିଥିବେ ଆଜି ଧରାପଡିଯିବ। ଜମିଜମା ଏବଂ ଗାଡିକୁ ନେଇ କିଛି କଷ୍ଟ ପାଇପାରନ୍ତି। ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ଶୁଭ ସଂଖ୍ୟା ୩ ଏବଂ ଶୁଭ ରଙ୍ଗ ହଳଦିଆ।

ମକର :

ମକର ରାଶିର ବ୍ୟକ୍ତିଙ୍କୁ ଅଧିକ ଲାଭ ମିଳିବାର ସମ୍ଭାବନା ରହିଛି। ରୋଜଗାର ବଢ଼ିବ ଓ ମାନ-ସମ୍ମାନ ବୃଦ୍ଧି ପାଇବ। କେବଳ ଏତିକି ନୁହେଁ, ସରକାରୀ ଚାକିରି କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରିବ। ସେହିପରି ସରକାରୀ ଚାକିରି ପାଇଁ ଚେଷ୍ଟା କରୁଥିବା ଲୋକଙ୍କୁ ନିଯୁକ୍ତି ମିଳିପାରେ। ଶୁଭ ସଂଖ୍ୟା ୩ ଏବଂ ଶୁଭ ରଙ୍ଗ ହଳଦିଆ।

କୁମ୍ଭ :

ନିଷ୍ଠା ପ୍ରଚେଷ୍ଟା ଯୋଗୁଁ ପୂର୍ବରୁ ନଷ୍ଟ ହୋଇଥିବା ମାନ ସମ୍ମାନ ମିଳିବ। ଶୃଙ୍ଖଳିତ ଜୀବନଯାପନ ଅତିବାହିତ କରିବେ। ଦେହ ମନ ସୁସ୍ଥ ରହିବ। ଏକାଧିକ ଉପାୟରେ ଅର୍ଥ ଉପାର୍ଜନ କରିବେ। ବେସରକାରୀ ସ୍ତରରେ ନିଯୁକ୍ତି ମିଳିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି । ଶୁଭ ସଂଖ୍ୟା ୮ ଏବଂ ଶୁଭ ରଙ୍ଗ ଧଳା।

ମୀନ :

ମୀନ ରାଶିଙ୍କ ପାଇଁ ଦିନଟି ଭଲ। ଏହି ରାଶିଙ୍କ ବ୍ୟକ୍ତିଙ୍କର ଖୁବ ଉନ୍ନତି ହେବ। ଆର୍ଥିକ ସମସ୍ୟା ଦୂର ହେବ। ଶତ୍ରୁଙ୍କ ସବୁ କାମ ବିଫଳ ହେବ। ଆଶା ବାସ୍ତବତାରେ ପରିଣତ ହେବ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ଲାଲ୍।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.