ରାଶିଫଳ

ଦୈନିକ ରାଶିଫଳ ! ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : ନୂଆ ବିଚାର ପ୍ରୟୋଗ ପାଇଁ ସମୟ ଉତ୍ତମ। ପରିଶ୍ରମର ସକାରାତ୍ମକ ଫଳ ପାଇବେ। ଛାତ୍ରଛାତ୍ରୀ ଯୋଜନା ତିଆରି କରି ଅଧ୍ୟୟନ କରନ୍ତୁ। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳ କୁଦରେ ପ୍ରଶଂସା ପାଇବେ।

ବୃଷ : ମାନସିକ ରୂପେ ସୁସ୍ଥ ରହିବେ। କୌଣସି ଶୁଭ ଖବର ମିଳିବ। ଶତ୍ରୁମାନେ ଦବି ରହିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କିଛି ନୂଆ ସୁଯୋଗ ପାଇବେ। ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।

ମିଥୁନ : ଆତ୍ମବିଶ୍ବାସ ଓ ଆଶାରେ ପୂର୍ଣ୍ଣ ଦିନଟିଏ। କିଛି ନୂଆ ଅନୁଭବ ପ୍ରାପ୍ତି ହେବ। କାହାରିକୁ ଧାର ଦିଅନ୍ତୁ ନାହିଁ। ପ୍ରେମୀଯୁଗଳ ପରସ୍ପର ଲାଗି କିଛି ବିଶେଷ କରିବେ। ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ।

କର୍କଟ : ଆଜି ଆପଣଙ୍କ ମନରେ ସକାରାତ୍ମକ ଭାବନା ଆସିବ। ସାଥୀଙ୍କୁ ମନର କଥା କହିପାରନ୍ତି। ଆର୍ଥିକ ପକ୍ଷ ସୁଦୃଢ଼ ରହିବ। ବିବାହିତଙ୍କ ଲାଗି ଭଲ ଦିନଟିଏ। ଦୀର୍ଘ ଦିନରୁ ଲାଗି ରହିଥିବା ଚିନ୍ତା ଦୂର ହେବ।

ସିଂହ : ଅଫିସରେ ଆପଣଙ୍କ କାମର ବୋଝ କମ୍ ରହିବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ଜୀବନସାଥୀଙ୍କ ପାଇଁ କୌଣସି ମୂଲ୍ୟବାନ ବସ୍ତୁ କିଣି ପାରନ୍ତି। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ।

କନ୍ୟା : ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ବଡ଼ ସୁଯୋଗ ମିଳିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ପରିବାରରେ କୌଣସି ଦାୟିତ୍ବ ଗ୍ରହଣ କରିବେ। ବନ୍ଧୁଙ୍କ ସହ ସମ୍ପର୍କ ମଧୁର ହେବ।

ତୁଳା : ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ। ଭୂସଂପତ୍ତି କିଣିବା ଯୋଗ ରହିଛି। ଘରକୁ କୌଣସି ବନ୍ଧୁ ଆସିପାରନ୍ତି। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ବିଛା : ଜରୁରୀ କାମ ନିର୍ଦ୍ଧାରିତ ସମୟରେ ଶେଷ ହେବ। ଜମି ଦଲାଲଙ୍କୁ ଯଥେଷ୍ଟ ଧନଲାଭ ହେବ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ।

ଧନୁ : ଘରୋଇ ଖର୍ଚ୍ଚ କମ୍ ହେବ। ଶିକ୍ଷକଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ। ଘରୋଇ କମ୍ପାନୀରେ ଚାକିରି କରୁଥିବା ଲୋକଙ୍କୁ ଖୁସି ଖବର ମିଳିବ।

ମକର : ଅଧିକାଂଶ ମାମଲାରେ ନିଜକୁ ଭାଗ୍ୟଶାଳୀ ମନେ କରିବେ। ବିଜ୍ଞାନ କ୍ଷେତ୍ରରେ ଥିବା ଲୋକଙ୍କୁ ବଡ଼ ସଫଳତା ମିଳିବ। ବ୍ୟବସାୟରେ ବକେୟା ଅର୍ଥ ପାଇପାରିବେ।

କୁମ୍ଭ : ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁ ସହ ଭଲରେ ସମୟ ଅତିବାହିତ କରିବେ। ଶତ୍ରୁମାନେ ଯେତେ ସମସ୍ୟା ସୃଷ୍ଟି କରିବେ ଆପଣ ସେତେ ଲାଭ ପାଇବେ।

ମୀନ : କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବେ ବିଚାର ବିମର୍ଶ କରିନିଅନ୍ତୁ। ମିଥ୍ୟା ଅପବାଦରେ ଅପମାନିତ ହେବେ। କାରବାରରେ ଉତ୍‍ଥାନ ପତନ ଲାଗିରହିବ। ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ କରିବେ।

WCW 11

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago