ରାଶିଫଳ

ଦିନ ଆରମ୍ଭରୁ ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ :

ଆଜି ଆପଣ ନିଜର କାର୍ଯ୍ୟ ପଦ୍ଧତି ପରିବର୍ତ୍ତନ କରିବେ। ଯୋଜନା ବଦଳିଯିବା ସାଙ୍ଗକୁ ଗସ୍ତ ମଧ୍ୟ ସ୍ଥଗିତ ରହିଯାଇପାରେ। ଯାନ ବାହନ, ଗୃହ ସୀମା, ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ଯାହାକୁ ଅଧିକ ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି।

ବୃଷ :

ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। ବ୍ୟବସାୟୀ ମାନଙ୍କ ପାଇଁ ଦିନଟି ଉତ୍ତମ ରହିବ। ବ୍ୟବସାୟ ପାଇଁ ହଠାତ କରାଯାଇଥିବା କୌଣସି ଯାତ୍ରା ସକରାତ୍ମକ ପରିଣାମ ଦେବ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି।

ମିଥୁନ :

ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଦୁଶ୍ଚିନ୍ତାରେ ରହିବେ। କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତିରେ ପ୍ରଶଂସିତ ହେବେ।

କର୍କଟ :

ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।

ସିଂହ :

ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

କନ୍ୟା :

ଆଜି ମଜା-ମସ୍ତିରେ ରହିବେ। ଆପଣ ଯାହା କିଛି ବି କରୁଛନ୍ତି ପୂରା ମନରୁ କରନ୍ତୁ। ଦିନଟି ଆପଣଙ୍କ ପାଇଁ ସବୁଦିନ ସ୍ମୃତି ହୋଇ ରହିବ। ନିଜ ଲୋକମାନଙ୍କ ସହଯୋଗ ଲାଭ କରି ନୂତନ କର୍ମାରମ୍ଭ କରିବାରେ ସମର୍ଥ ହେବେ। ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଛଳନାତ୍ମକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି ।

ତୁଳା :

ଆଜି ଆପଣ ନିଜର ଶାରୀରିକ ସୁନ୍ଦରତା ଉପରେ ଧ୍ୟାନ ଦେବେ ଏବଂ ନିଜ ମନ ପସନ୍ଦର ପୋଷାକ ପିନ୍ଧିବେ। ଆପଣଙ୍କର ଏହି ନୂଆ ରୂପକୁ ଦେଖି ଲୋକମାନେ ପ୍ରଶଂସା କରିବେ। ଆପଣଙ୍କ ସାଥୀ ମଧ୍ୟ ଆପଣଙ୍କର ଏହି ପରିବର୍ତ୍ତନରେ ଖୁସି ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟର ଅଗ୍ରଗତି ଘଟିବ।

ବିଛା :

ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ଧନୁ :

ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନାଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

ମକର :

ଆଜି ଆପଣଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

କୁମ୍ଭ :

କର୍ମ କ୍ଷେତ୍ରରେ ଆକସ୍ମିକ କେତେକ ସମସ୍ୟା କାରଣରୁ ପୂର୍ବ ସ୍ଥିରୀକୃତ କାର୍ଯ୍ୟ ସ୍ଥଗିତ ରହିପାରେ। ବନ୍ଧୁଙ୍କ ସାହାଯ୍ୟ, ସହଯୋଗର ଅଭାବ ନ ଥିଲେ ମଧ୍ୟ ପାରିବାରିକ ମନାନ୍ତର କାମକୁ ବିଗାଡ଼ି ଦେଇପାରେ। ଆରୋଗ୍ୟ ଲାଭ କରିବା ସହ ରାଜନୀତିରେ ନୈତିକ ସମର୍ଥନ ହାସଲ କରିପାରିବେ।

ମୀନ :

ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ।

WCW 11

Recent Posts

୭୫ ବର୍ଷ ବୟସରେ ତିନିଚକିଆ ଗାଡିରେ ଘର ଘର ବୁଲି ପରିବା ବିକୁଛନ୍ତି ଦିବ୍ୟାଙ୍ଗ

ସୋରଡା (କେନ୍ୟୁଜ) : ଏଇ ବୋଧେ ଜୀବନ । ଆଉ ଏ ଜୀବନରେ ଇଏ ବୋଧେ ସଂଘର୍ଷ । ତିନି…

13 mins ago

ତାତି ନେଉଛି ଜୀବନ, ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ତାତି ନେଉଛି ଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା…

14 mins ago

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

57 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

1 hour ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

1 hour ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

1 hour ago