ମେଷ: ଆଜି ଅର୍ଥ ସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ । ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ । ଧର୍ମ କାର୍ଯ୍ୟରେ ମନ ଲାଗିବ । ମାତା ଓ ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ । ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ ।
ବୃଷ : ଆଜିର ଦିନ ଅତ୍ୟନ୍ତ ଶୁଭ । ରାଜଯୋଗ ରହିଛି । ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ । ଦେହ ମନ ସୁସ୍ଥ ରହିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନସିପ୍, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ ।
ମିଥୁନ : ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ । କାହାରିକୁ ଉଧାର ଦିଅନ୍ତୁ ନାହିଁ । ପ୍ରେମୀଯୁଗଳ ପରସ୍ପର ଲାଗି କିଛି ବିଶେଷ କରିବେ । ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ ।
କର୍କଟ : ଆତ୍ମବିଶ୍ବାସ ଓ ଆଶାରେ ପୂର୍ଣ୍ଣ ଦିନଟିଏ । କିଛି ନୂଆ ଅନୁଭବ ପ୍ରାପ୍ତି ହେବ । ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖପାଖ ଲୋକ ଖୁସି ହେବେ । ଆପଣଙ୍କ ଶକ୍ତିର ସ୍ତର ବଢ଼ିବ । ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ ।
ସିଂହ : ଆଜି ବନ୍ଧୁଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବେ । କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ ।
କନ୍ୟା : ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ । କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ । ଆଜିର ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ ଆଲୋଚନା ସକାଶେ ଦିନଟି ମନ୍ଦ ହେବନାହିଁ ।
ତୁଳା : ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ । ସହକର୍ମୀଙ୍କ ଯୋଗୁ ହୁଏତ କର୍ମକ୍ଷେତ୍ରର ଗତି ମନ୍ଥର ରହିବ । ସଭାସମିତି, ଗବେଷଣା କ୍ଷେତ୍ର, ଆଇନ ଅଦାଲତରେ ସଫଳତା ହାସଲ କରିବେ ।
ବିଛା : ଆଜିର କର୍ମକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବାର ସୂଚନା ରହିଛ । କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତିରେ ପ୍ରଶଂସିତ ହେବେ ।
ଧନୁ : ଆଜି ଯାହା କରିବାକୁ ଚାହୁଁଛନ୍ତି, ତାହା ସମ୍ପନ୍ନ କରିବା ସହଜସାଧ୍ୟ ହେବନାହିଁ । କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେବା କାରଣରୁ ସକାଳର ଖୁସି ଅପରାହ୍ନକୁ ରହି ନ ପାରେ । ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ । ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିବ ।
ମକର : ଆଜି ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ । ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି । ସଭାସମିତିରେ ସମ୍ମାନୀୟ ବ୍ୟକ୍ତି ବିଶେଷଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ପାଇବେ ।
କୁମ୍ଭ : ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ବଡ଼ ସୁଯୋଗ ମିଳିବ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ । ପରିବାରରେ ଏମିତି କେତେକ କଥା ହୋଇପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ । ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ ।
ମୀନ : ଆଜି ଦେହ ସୁସ୍ଥତା ରହିବ । ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ । ପରିବାରରେ କୌଣସି ଦାୟିତ୍ବ ଗ୍ରହଣ କରିବେ । ଉନ୍ନତିର ନୂଆ ମାର୍ଗ ଖୋଲିବ ।