ଥରେ ପଢ଼ନ୍ତୁ ଆପଣଙ୍କ ରାଶିଫଳ, ଦିନଟି ସୁରୁଖୁରୁରେ କଟିବ

ମେଷ : ଆଜି ପ୍ରତ୍ୟେକ କ୍ଷେତ୍ରରେ ନିଜ ସୀମା ଭିତରେ ରହି କାମ କରିବା ଭଲ। ଆର୍ଥିକଅନଟନ ଓ ପାରିବାରିକ କ୍ଷେତ୍ରରେ ରହିଥିବା ବ୍ୟତିକ୍ରମରୁ ମାନସିକ ଶାନ୍ତି ବ୍ୟାହତ ହେବ। ଅବଶ୍ୟ ବନ୍ଧୁଙ୍କ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ ।

ବୃଷ : ଆଜି ଆପଣ ବ୍ୟବସାୟରେ ଲାଭବାନ ହେବେ। ପାରିବାରିକ ଶାନ୍ତି ମିଳିବ, କର୍ମକ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ। ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।

ମିଥୁନ: ଆଜି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇପାରେ, ବ୍ୟବସାୟରେ ଲାଭ କମ ହେବ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ, ଗୁପ୍ତ ଶତୃମାନେ ପରାଜିତ ହେବେ।

କର୍କଟ : ଆଜି ମନ ଭାରାକ୍ରାନ୍ତ ରହିବା ସହ ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ। ରାଜନୈତିକ କ୍ଷେତ୍ରରେ ଥିଲେ ଜନ କଲ୍ୟାଣ କାର୍ଯ୍ୟରେ ବ୍ୟସ୍ତ ରହିବେ । ମହିଳାମାନେ ହସ ଖୁସିରେ ଦିନଟି ଅତିବାହିତ କରିବେ ।

ସିଂହ : ସଂଗଠନ, ଅନୁସନ୍ଧାନ ଓ ପ୍ରକାଶନ କାର୍ଯ୍ୟରେ ଉତ୍ତମ ଫଳ ପ୍ରାପ୍ତି ହେବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ।

କନ୍ୟା : ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ମାନସିକ ଶାନ୍ତି ପାଇବେ । ସହଭାଗିତାରେ କୌଣସି ଏକ ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରିପାରନ୍ତି । ପୁରୁଣା ସାଙ୍ଗମାନଙ୍କ ସହ ଭେଟ ହେବା ଫଳରେ ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ଉତ୍ସାହିତ ହୋଇପାରନ୍ତି ।

ତୁଳା : ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ସମ୍ପନ୍ନ ହେବ। ଯଦି କୌଣସି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା ହେଲେ ଆଗେଇ ନେବା ଉଚିତ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବା ସହ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ ।

ବିଛା : ଶତ୍ରୁମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ପାଇବେ । ସହକର୍ମୀ, ଉଚ୍ଚାଧିକାରୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ ।

ଧନୁ: କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହୋଇ ପାରନ୍ତି। ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । : ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ପରିବାରରେ ଖୁସିର ବାତାବରଣ ସ୍ଥାୟୀ ରହିବ।

ମକର : ଦୂରଯାତ୍ରାରେ ଲାଭବାନ୍ ହେବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ସମାଧାନ କରି ମାନସିକ ଶାନ୍ତି ପାଇବେ । ବାଦବିବାଦ, ମାଲିମୋକଦ୍ଦମା ଓ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳ ହେବେ ।

କୁମ୍ଭ: କର୍ମକ୍ଷେତ୍ରରେ ଉନ୍ନତି କରିବା ପାଇଁ ବନ୍ଧୁଙ୍କର ପରାମର୍ଶ ନେବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ମାନ ସମ୍ମାନ ପ୍ରାପ୍ତି ହେବ । ସ୍ୱାମୀ-ସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ଖୁସି ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

ମୀନ: ସ୍ୱାସ୍ଥ୍ୟରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିବେ । ଅଧିକ ବ୍ୟୟ ଯୋଗୁ ବ୍ୟବସାୟୀଙ୍କ ମନରେ ଅସ୍ଥିରତା ବଢିବ। କର୍ମକ୍ଷେତ୍ରରେ ମାନ ସମ୍ମାନ ବଢ଼ିବ ଓ ପ୍ରଶଂସିତ ହେବେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.