ରାଶିଫଳ

ଆଜିର ଭାଗ୍ୟ ! ଏସବୁ ରାଶିର ବ୍ୟକ୍ତିଙ୍କର ଆଜି ରହିଛି ଶୁଭ ଯୋଗ

ମେଷ: ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ନିଜ କାର୍ଯ୍ୟରେ ସଫଳ ହେବେ । ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ ।

ବୃଷ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ ।

ମିଥୁନ : ସହଯୋଗୀମାନଙ୍କ ପୂର୍ଣ୍ଣ ସହଯୋଗ ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡ଼ା ହେବାର ନାହିଁ। ପଡ଼ୋଶୀଙ୍କ ସହିତ ଲାଗି ରହିଥିବା ବିବାଦ ଦୂର ହେବ।

କର୍କଟ : ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ପଦୋନ୍ନତିର ସୂଚନା ପାଇ ପାରନ୍ତି। ନିଜର ଯୋଗ୍ୟତା ଓ କ୍ଷମତାରୁ ବହୁତ ଲାଭ ମିଳିବ।

ସିଂହ: ଆଜି ଶାରୀରିକ ପୀଡ଼ା ଦେଖାଦେଇପାରେ। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘର ପାଇଁ ନୂଆ ଜିନିଷ କିଣି ପାରନ୍ତି। ପିଲାଙ୍କ କାର୍ଯ୍ୟରେ ଖୁସି ହେବେ। କିଛି ନୂଆ କାର୍ଯ୍ୟ କରିବାକୁ ଯୋଜନା କରିବେ।

କନ୍ୟା : ଦୀର୍ଘ ଦିନରୁ ଅଟକି ରହିଥିବା କାମ ଶେଷ ହେବ । ଦୃଢ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି ଆଗକୁ ବଢିପାରିବେ। କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା : ଆଜି ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିକ ସମସ୍ୟାର ସମାଧାନ ଘଟିବ ।ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

ବିଛା : ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ।

ଧନୁ : ମାନସିକ ଅସ୍ଥିରତା ଯୋଗୁଁ କାର୍ଯ୍ୟହାନୀ ଘଟିପାରେ, ସେଥିପାଇଁ ସତର୍କ ରୁହନ୍ତୁ। ସନ୍ତାନ ପାଇଁ ଚିନ୍ତିତ ରହିବେ । ପରିବାରରେ ବିଶୃଙ୍ଖଳା ଦେଖାଦେଇପାରେ। ଦୁର୍ଘଟଣା ଭୟ ଥିବାରୁ ଯାନବାହନ ଚଳାଚଳ କଲାବେଳେ ସତର୍କ ରୁହନ୍ତୁ।

ମକର : ଆଜି ଯାହା କରିବାକୁ ଚାହୁଁଛନ୍ତି, ତାହା ସମ୍ପନ୍ନ କରିବା ସହଜସାଧ୍ୟ ହେବନାହିଁ। କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେବା କାରଣରୁ ସକାଳର ଖୁସି ଅପରାହ୍ନକୁ ରହି ନ ପାରେ। ସଭାସମିତିରେ ସମ୍ମାନୀୟ ବ୍ୟକ୍ତି ବିଶେଷଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ପାଇବେ।

କୁମ୍ଭ : ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।

ମୀନ : ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ବଡ଼ ସୁଯୋଗ ମିଳିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ପରିବାରରେ କୌଣସି ଦାୟିତ୍ବ ଗ୍ରହଣ କରିବେ।

Barsha

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

1 min ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

10 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

19 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

35 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

50 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago