ଆଜି ଏହି ରାଶିର ଲୋକଙ୍କ ମନ ଖୁସି ରହିବ, ପୁରୁଣା ବନ୍ଧୁଙ୍କୁ ଭେଟି ପାରନ୍ତି, ଆଜିର ରାଶିଫଳ

ମେଷ : ଆଜିର କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି । ଲୋକଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଏକ ଭିନ୍ନ ପରିବେଶରେ ପଡ଼ୋଶୀଙ୍କ ସହ କଥାବାର୍ତ୍ତାରେ ଆଜି ଅଧିକାଂଶ ସମୟ ବିତାଇବେ । ପାରିବାରିକ କ୍ଷେତ୍ରରେ ଗୁରୁଜନଙ୍କ ପାଇଁ ଚିନ୍ତିତ ରହିପାରନ୍ତି ।

ବୃଷ : କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିନିଅନ୍ତୁ ନଚେତ ପରେ ପଶ୍ଚାତ୍ତାପ କରିବେ । ନିଜ ଲୋକ ତାଙ୍କ ସ୍ବାର୍ଥକୁ ଅଗ୍ରାଧିକାର ଦେଇ ଆପଣଙ୍କ କାମକୁ ଅବହେଳା କରିପାରନ୍ତି । ଗୃହ, ଭୂମି, ଗାଡ଼ି, ପ୍ରେସ୍‌, ପବ୍ଲିକେଶନ ସମ୍ପର୍କୀୟ କାର୍ଯ୍ୟ କରିବେ ।

ମିଥୁନ : ବନ୍ଧୁଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମସବୁ ଠିକ୍‌ ଠିକ୍‌ ହୋଇଯିବ । ସରକାରୀ ସ୍ତରରୁ ଅର୍ଥ ସାହାଯ୍ୟ ପାଇବେ ଏବଂ ହଠାତ୍‌ କୌଣସି ଖବର ପାଇ ଖୁସି ହେବେ । ପୂର୍ବ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ । ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି ।

କର୍କଟ : ଆଜି କର୍ମକ୍ଷେତ୍ରରେ ଯେକୌଣସି ପରିସ୍ଥିତି ଆସୁନା କାହିଁକି, ଆପଣ ସମସ୍ୟାକୁ ସୁଧାରି ନେଇ ପାରିବେ । କଚେରି ମାମଲାର ଶୁଣାଣି ବିଳମ୍ବ ହେବାରୁ ଦୁଃଖରେ ରହିବେ । ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇଁ କୌଣସି ନୂଆ କାମ କରିପାରନ୍ତି । ଅଟକିଥିବା କାମ କିମ୍ବା ଆଲୋଚନାଟି ଆଜି ପୁରା ହେବ ।

ସିଂହ : ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି । ଘରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ । କଠୋର ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ତଥାପି କେତେକ ନୂତନ କାମର ପରିକଳ୍ପନା କରି ସଫଳତା ପ୍ରାପ୍ତ ହେବେ ।

କନ୍ୟା : ଆଜି ଏହି ରାଶିର ଲୋକେ ସାଙ୍ଗମାନଙ୍କ ସହିତ ବାହାରକୁ ଯାଇପାରନ୍ତି । ପରିବାରରେ ଖୁସିର ମାହୋଲ ରହିବ । ଆର୍ଥିକ ଲାଭ ମଧ୍ୟ ମିଳିବ । ଆପଣ ଆଜି କିଛି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି । କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି କାରଣରୁ ଘରକଥା ବୁଝିପାରିବେ ନାହିଁ ।

ତୁଳା : ଆଜି କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱକୁ ଛାଡ଼ିଦେଲେ ଅନ୍ୟ କୌଣସି ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଅତୀତ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିପାରନ୍ତି । ଜମିଜମା କାରବାର ସମ୍ପର୍କୀୟ କାମଟି ହଠାତ୍‌ ହୋଇଯିବାର ପୂର୍ଣ୍ଣ ସମ୍ଭାବନା ରହିଛି ।

ବିଛା : ଆଜି ଆପଣଙ୍କ ପାଇଁ ଦିନଟି ଖୁସିରେ କଟିବ । ଜଣେ ବନ୍ଧୁଙ୍କ ସହଯୋଗରୁ ନିର୍ମାଣାଧୀନ କାମଟି ସମ୍ପନ୍ନ କରିବେ । ପ୍ରତିଯୋଗିତାରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ଆବଶ୍ୟକତା ପୂରଣ ସକାଶେ ଧାରକରଜ କରି କାମ ତୁଲାଇ ନେବେ ।

ଧନୁ : ମାନସିକ ସ୍ତରରେ ବିରକ୍ତିଭାବ ଆସିପାରେ । ବନ୍ଧୁଙ୍କ ସାହାଯ୍ୟରେ ସ୍ଥଗିତ ରହିଥିବା କାମ ପୁରା କରିବେ । କର୍ମକ୍ଷେତ୍ରରୁ ଫେରିବା ବାଟରେ କଳହର ସମ୍ମୁଖୀନ ହୋଇପାରନ୍ତି । ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ ।

ମକର : ଆକସ୍ମିକ ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବେ । ଭଲ ପଡ଼ୁନଥିବା ବ୍ୟକ୍ତି ଖାଲରେ ପକାଇବାକୁ ଚେଷ୍ଟା କଲେ ମଧ୍ୟ ସଫଳ ହେବେ ନାହିଁ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ପରିବାରରେ ଝଗଡ଼ା ଲାଗିପାରେ । ଉନ୍ନୟନମୂଳକ କାମ, ପ୍ରେସ୍‌, ସାହିତ୍ୟ ଚର୍ଚ୍ଚା, ବାଧାପ୍ରାପ୍ତ ହେବ ନାହିଁ ।

କୁମ୍ଭ : କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ଆଜି ଘରେ ବନ୍ଧୁମିଳନ କିମ୍ବା ବନ୍ଧୁଙ୍କ ଆଗମନରୁ ଖୁସି ହୋଇଯିବେ । ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ସତର୍କତାର ଆବଶ୍ୟକତା ପଡ଼ିବ ନାହିଁ । ବନ୍ଧୁଙ୍କ କଥା ଶୁଣି ମନ ଖୁସି ହୋଇଯାଇପାରେ ।

ମୀନ : ଆଜି ଯାତ୍ରା, ବନ୍ଧୁମିଳନ ଓ ମନୋରଞ୍ଜନ ପାଇଁ ଦିନଟି ଭଲ ରହିବ, କିନ୍ତୁ ଖର୍ଚ୍ଚର ସୀମା ଟପିଯିବ । ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ । ସଭାସମିତି, ମାଲିମକଦ୍ଦମା, ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ । ପ୍ରତିଶ୍ରୁତିରୁ ଓହରିବା କାରଣରୁ ବନ୍ଧୁଙ୍କ ଉପରୁ ବିଶ୍ୱାସ ହରାଇପାରନ୍ତି ।

You might also like