Below header

ଭାଗ୍ୟଫଳ: ଜାଣନ୍ତୁ, ଆଜି କେମିତି ରହିବ ଆପଣଙ୍କ ଦିନ

ସକାଳୁ ଉଠୁ ଉଠୁ ସମସ୍ତଙ୍କର ଗୋଟିଏ ଚିନ୍ତା ଥାଏ ଆଜିର ଦିନଟି କେମିତି କଟିବ । ଯଦି କୌଣସି ଶୁଭ କାମ ଥାଏ ତେବେ ଭଲରେ ହେବକି ନାହିଁ । ଆଉ ଯଦି କୌଣସି କାର୍ଯ୍ୟରେ ବାହାରକୁ ଯାତ୍ରା କରିବାକୁ ଥାଏ, ତେବେ ତାହା ସଫଳ ହେବ କି ନାହିଁ । ଏମିତି କେତେ କଣ । ଯଦି ଆପଣ ସକାଳୁ ସକାଳୁ ନିଜ ରାଶି ବିଷୟରେ କିଛିଟା ଜାଣିଥାନ୍ତି ତେବେ ଆପଣଙ୍କୁ ଆଉ ସେତେଟା ଭୟ ରହିବ ନାହିଁ। ତେବେ ଜାଣି ରଖନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ…

ମେଷ :
ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନାଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

ବୃଷ :
ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନୀ କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।

ମିଥୁନ :
ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

କର୍କଟ :
ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

ସିଂହ :
ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

କନ୍ୟା :
ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ତୁଳା :
ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ବିଛା :
ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

ଧନୁ :
ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ମକର :
ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନୀ, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ।

କୁମ୍ଭ :
ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ମୀନ :
ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.