ଆଜିର ଦିନର ରାଶିଫଳ !

ମେଷ: ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଅଶାନ୍ତି ଅସନ୍ତୋଷ ଦୂର ହୋଇଯିବ ଓ ମାନସିକ ଶାନ୍ତି ଅନୁଭବ କରିବେ । ଛାତ୍ରଛାତ୍ରୀ ପାଠ ପଢାରେ ମନଯୋଗ ଦେବେ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ ।

ବୃଷ: ଆଜି ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଆମୋଦ-ପ୍ରମୋଦରେ ଦିନ କାଟିବେ । କ୍ରୀଡା, ନୃତ୍ୟ ସଂଗୀତ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ମିଥୁନ : ଆଜି ଆପଣଙ୍କୁ ସାହାଯ୍ୟ, ସହଯୋଗ ଓ ସହାନୁଭୂତି ମିଳିବ । ବହୁ ଦିନର ସ୍ୱପ୍ନ ସାକାର ହେବ । କର୍ମକ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବେ । ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ । ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ, ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ ।

କର୍କଟ: ସହକର୍ମୀମାନଙ୍କ ସାହାଯ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ବିଶ୍ୱାସଭାଜନ ହେବେ। ଧନହାନୀ ହେବାର ସମ୍ଭାବନା ଅଛି । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଖର୍ଚ୍ଚାନ୍ତ ହୋଇପାରନ୍ତି ।

ସିଂହ : ଦିନଟି ଅନୁକୂଳ ରହିବ। ମନ ମୁତାବକ କାର୍ଯ୍ୟ କରିବା ପାଇଁ ସମର୍ଥ ହେବେ।ଆର୍ଥିକ ଅଭିବୃଦ୍ଧି ଘଟିବ। ଭବିଷ୍ୟତ ଯୋଜନାରେ ନିବେଶ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ।

କନ୍ୟା: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। କୌଣସି ସ୍ଥାନକୁ ଯାତ୍ରା କରିପାରନ୍ତି। ଭାଇମାନଙ୍କ ସହିତ ସୁସମ୍ପର୍କ ରହିବ। ନକାରାତ୍ମକ ବିଚାର ମନକୁ ଆସିବାକୁ ଦିଅନ୍ତୁ ନାହିଁ। ମଧ୍ୟାହ୍ନ ପରେ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ।

ତୁଳା : ଋଣଭାରରୁ ମୁକ୍ତି ମିଳିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡ଼ି ପାରନ୍ତି। ଜାଗା,ଜମି ଓ ଗୃହ ଉପକରଣ କ୍ରୟ କରି ପାରନ୍ତି।

ବିଛା : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ପ୍ରିୟ ପରିଜନ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ଆପଣଙ୍କ ନିନ୍ଦାଗାନ କରିବେ । ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ । ମାଲିମକଦ୍ଦମା,ଜମିଜମା ସମସ୍ୟା ଦୂର ହୋଇଯିବ ।

ଧନୁ: ବକେୟା ଅର୍ଥ ଲାଭ ସହ ଶାରୀରିକ ସୁସ୍ଥତା ହେତୁ ମନ ପ୍ରଫୁଲ୍ଲ ରହିବ । ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ । ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

ମକର: ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ । ଯେକୌଣସି କାମ କରିବେ ସେଥିରେ ସଫଳତା ମିଳିବ। ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

କୁମ୍ଭ: ସବୁ କାର୍ଯ୍ୟରେ ସଫଳତା ମିଳିବ। ସମାଜରେ ମାନସମ୍ମାନ ବଢ଼ିବ। ଆର୍ଥିକ ସ୍ଥିତି ପୂର୍ବ ପରି ସୁଦୃଢ଼ ରହିବ। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ପାଇବେ। ସ୍ୱାସ୍ଥ୍ୟ ଭଲ ରହିବ।

ମୀନ: ଦାମ୍ପତ୍ୟ ଜୀବନରେ ମନାନ୍ତର ହୋଇପାରେ। ଯେତେ ଭଲ କାମ କଲେ ମଧ୍ୟ ପରିବାରର ଅନ୍ୟମାନେ ଦୋଷ ଖୋଜିବେ। ପିଲାମାନଙ୍କୁ କେନ୍ଦ୍ରକରି ହଠାତ୍ କୋଣସି ଘଟଣା ମନକୁ ବିବ୍ରତ କରିପାରେ।

You might also like