ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ପୂରା ଦିନ

ମେଷ: ଦୁଃସାହସିକ ପଦକ୍ଷେପ ନେବେ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ। ଆଶା ବାସ୍ତବତାରେ ପରିଣତ ହେବ। ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ନିଜ କାର୍ଯ୍ୟଦକ୍ଷତା ବଳରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ସମ୍ପାଦନା କରିବେ। ଉପରିସ୍ଥ କର୍ମଚାରୀଙ୍କ ସହଯୋଗରେ ପଦୋନ୍ନତି ମିଳିବ। ଦେହ ଓ ମନ ସୁସ୍ଥ ରହିବ।

ବୃଷ: ଦେହ ମନ ସୁସ୍ଥ ରହିବ। ବେପାରୀଙ୍କ ଲାଗି ଦିନଟି ଭଲ। ନୂଆ ଯୋଜନା ପ୍ରସ୍ତୁତ କରିବେ। ଅଫିସରେ ନିଜର କାମ ସୁରୁଖୁରୁରେ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ଆପଣଙ୍କ ପ୍ରୟାସ ଲାଭଦାୟକ ପ୍ରମାଣିତ ହେବ। ରାଜ୍ୟ ବାହାରକୁ ଯିବାର ରାସ୍ତା ଉନ୍ମୁକ୍ତ ହେବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ମିଥୁନ: ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ। ଆପଣଙ୍କୁ ଶୀଘ୍ର ନୂଆ ଦାୟିତ୍ବ ମିଳିପାରେ। ରାଜନୀତିରେ ଯୋଗାଯୋଗ ଭଲ ରହିବ। ପ୍ରତିଷ୍ଠିତ ଲୋକଙ୍କ ସହିତ ସମ୍ପର୍କ ହେବ। ପ୍ରେମରେ ସଫଳତା ପାଇବେ। ଦୂର ଦୃଷ୍ଟି ସମ୍ପନ୍ନ ହେବେ। ପ୍ରତ୍ୟେକ କ୍ଷେତ୍ରରେ ପରୀକ୍ଷା ନିରୀକ୍ଷା କରି ମତ ପୋଷଣ କରିବେ। ଆଶା ବାସ୍ତବିକ ରୂପ ନେବ। ଦେହ, ମନ ସୁସ୍ଥ ରହିବ।

କର୍କଟ: ପୂର୍ବରୁ ନଷ୍ଟ ହୋଇଥିବା ମାନ, ସମ୍ମାନ, ପ୍ରତିଷ୍ଠା, ସୁଖ ନିଦ୍ରା ଆଦି ପୁଣି ଫେରିବ। ନିଜର ଚେଷ୍ଟା, ପ୍ରଚେଷ୍ଟା ଯୋଗୁ ମର୍ଯ୍ୟାଦାର ସହ ପ୍ରତିଷ୍ଠା ଲାଭ କରିବେ। ଦେହ, ମନ ସୁସ୍ଥ ରହିବ। ଆଶା ବାସ୍ତବତାରେ ପରିଣତ ହେବ। ପରିବାରରେ ସବୁ କାର୍ଯ୍ୟ ସୁଚାରୁରୂପେ କରିବେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।

ସିଂହ: ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ। ନିଜ ଘରକୁ ଆଜି ଆଧୁନିକୀକରଣ କରିବେ। ସମସ୍ତଙ୍କୁ ସହଯୋଗ କରିବେ। ପରିବାରରେ ଶାନ୍ତି ପାଇଁ ମାର୍ଗ ଦର୍ଶକ ହେବେ। ଦେହ ମନ ସୁସ୍ଥ ରହିବ।

କନ୍ୟା: ଯାହା କହିବେ ତାହା କରିବେ ନାହିଁ, ଯାହା କରିବେ ତାହା କହିବେ ନାହିଁ। ଶନି ଓ ବୃହସ୍ପତି ବକ୍ରିରେ ଥିବାରୁ ନିଶ୍ଚିତ ଭାବେ ବିଳମ୍ବରେ ହେଲେ ମଧ୍ୟ ଲିଖିତ ପରୀକ୍ଷା, ମୌଖିକ ପରୀକ୍ଷା ଓ ଅନ୍ୟ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ତୁଳା: ତୁଳନାତ୍ମକ ନିଷ୍ପତ୍ତି ନେବେ। ଆଶା ବାସ୍ତବତାରେ ପରିଣତ ହେବ। କୌଣସି ଅନୁଭୂତିଶୀଳ ବ୍ୟକ୍ତିଙ୍କ ପରାମର୍ଶକ୍ରମେ ସ୍ଥାୟୀ ଉପାର୍ଜନର ପନ୍ଥା ପାଇବେ। ଅର୍ଥ ଲଗାଣକାରୀ ସଂସ୍ଥାରେ ଅର୍ଥ ବିନିଯୋଗ କରିବେ। ପୁରୁଣା ଗାଡ଼ି ବିକି ନୂଆ କିଣିବେ। ଭଲ ସମ୍ପତ୍ତି କ୍ରୟ କରିବେ।

ବିଛା: ଉଦ୍ୟମରେ ସଫଳତା ପାଇବେ। ବିଭିନ୍ନ ଦିଗରୁ ଅର୍ଥ ଆସିବ। ନିଜର ଚେଷ୍ଟା, ପ୍ରଚେଷ୍ଟା ଯୋଗୁ ମର୍ଯ୍ୟାଦାର ସହ ପ୍ରତିଷ୍ଠା ଲାଭ କରିବେ। ଆଶା ବାସ୍ତବତାରେ ପରିଣତ ହେବ। ନିର୍ବାଚନରେ ବିଜୟ ଲାଭ କରିବେ। ଦେହ, ମନ ସୁସ୍ଥ ରହିବ।

ଧନୁ: ଏହି ବ୍ୟକ୍ତି ବିଶେଷ ଅତି ଚତୁରତାର ସହ ପରିବାରରେ ଶାନ୍ତି ରକ୍ଷା କରିବା ପାଇଁ ସହାୟକ ହେବେ। ଉତ୍ତରାଧିକାରୀ ପରିବାର ଲୋକଙ୍କୁ ମାର୍ଗଦର୍ଶନ ଦେବେ। ରାଜନୀତି କ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ। ଦେହ ମନ ସୁସ୍ଥ ରହିବ।

ମକର: କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ସନ୍ଧ୍ୟାରେ ପ୍ରିୟ ବନ୍ଧୁଙ୍କ ସହିତ ହସଖୁସିର ସମୟ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

କୁମ୍ଭ: ପୂର୍ବ କାର୍ଯ୍ୟକଳାପ ପାଇଁ ଅନୁତାପ କରିବେ। ସ୍ଥିତି ସୁଦୃଢ଼ ରହିବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନସିକ ବଳ ସୁଦୃଢ଼ ଥିବାରୁ ବ୍ୟବସାୟକୁ ସମ୍ପ୍ରସାରଣ କରିବେ।

ମୀନ: ଦୁଃସାହସିକ ପଦକ୍ଷେପ ନେବେ। ଖେଳକୁଦରେ ନିଜକୁ ନିୟୋଜିତ କରିବେ। ଏପରିକି ଅଗ୍ରଣୀ ଭୂମିକା ଗ୍ରହଣ କରି ସମସ୍ତ ଦୃଷ୍ଟି ଆକର୍ଷଣ କରିବେ। ଆଶା ବାସ୍ତବିକ ରୂପ ନେବ। ବେକାରମାନେ ସବୁ ପରୀକ୍ଷାରେ ଦକ୍ଷତା ପ୍ରତିପାଦନ କରି କର୍ମ କ୍ଷେତ୍ରରେ ଅବସ୍ଥାନ ହେବେ।

Leave A Reply

Your email address will not be published.