Below header

ଆଜି ଏହି ରାଶିର ବ୍ୟକ୍ତି ଅର୍ଥ କାରବାର ବେଳେ ରୁହନ୍ତୁ ସାବଧାନ !

ମେଷ : ନିଜର କାର୍ଯ୍ୟଦକ୍ଷତା ଓ ଦୃଢ ମନୋବଳ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ଗବେଷଣା, ଅଧ୍ୟୟନ ଓ ଅଧ୍ୟାପନା, ପ୍ରତିଯୋଗିତା କ୍ଷେତ୍ରରେ ଉନ୍ନତି କରିବେ । ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ କୌଣସି ପ୍ରତିବନ୍ଧକ ରହିବ ନାହିଁ ।

ବୃଷ : ଅନ୍ୟର ସାହାଯ୍ୟ ଆପଣଙ୍କୁ କର୍ମମୁଖର କରାଇବା ସହ ଆର୍ଥିକ ଉନ୍ନତି ଦିଗରେ ସହାୟକ ହେବ। ବକେୟା ଅର୍ଥ ଲାଭ କରିବେ ଏବଂ ଶିଳ୍ପ, ଶିକ୍ଷା, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ । ଆଲୋଚନା କ୍ଷେତ୍ରରେ କିମ୍ବା ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ।

ମିଥୁନ : ଆପଣାଙ୍କୁ ପ୍ରତ୍ୟେକ ଦିଗରୁ ସଫଳତା ମିଳିବ, ଆର୍ଥିକ ସ୍ଥିତି ପୂର୍ବ ପରି ସୁଦୃଢ ରହିବ । ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ଶୁଭପ୍ରଦ ହେବ। ଆନୁଷ୍ଠାନିକ କାମ, ସଭାସମିତି, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରେ ପ୍ରଶଂସିତ ହେବେ ।

କର୍କଟ : ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଭ୍ରମଣ ଯୋଗୁ କ୍ଳାନ୍ତ ଅନୁଭବ କରିବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ଉପକୃତ ହେବେ। ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ନୂତନ ଗୃହ ନିର୍ମାଣ ପାଇଁ ମନ ବଳାଇବେ।

ସିଂହ : ଆଜି ଆପଣ ଭଲ କଥା କହିଲେ ମଧ୍ୟ ପରିବାରରେ ତାହାକୁ ଭୁଲ୍ ଢଙ୍ଗରେ ଗ୍ରହଣ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ, ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ। ଅତୀତ କଥାକୁ ନେଇ ଗୁଡ଼ାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ।

କନ୍ୟା : ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ । ଅପରାହ୍ନରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ, ବନ୍ଧୁ ଦର୍ଶନର ସୁଯୋଗ ଅଛି ।

ତୁଳା : ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ। ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।

ବିଛା : ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ,ଫଳରେ କାମ ପ୍ରତି ସ୍ପୃହା ରହିବ ନାହିଁ । କର୍ମକ୍ଷେତ୍ରରେ କୈାଣସି ସଠିକ୍ ନିଷ୍ପତି ନେଇ ପାରିବେ ନାହିଁ । ପ୍ରତିବନ୍ଧକ କାରଣରୁ ଶେଷ ସମୟରେ ଯାତ୍ରା ସ୍ଥଗିତ ରହିଯିବ ।

ଧନୁ: ଆଜିର ଦିନ ପ୍ରତିକୂଳତାରେ ଭରା ରହିବ। ଶାରୀରିକ ଫୂର୍ତ୍ତିର ଆଜି ଅଭାବ ରହିବ ଏବଂ ମାନସିକରୂପରେ ମଧ୍ୟ ଚିନ୍ତା ରହିବ। ପତ୍ନୀଙ୍କ ସହିତ କଳହର ପ୍ରସଙ୍ଗ ବନିପାରେ ଅଥବା ମନମାଳିନ୍ୟ ହୋଇପାରେ। ମାତାଙ୍କର ସ୍ଵାସ୍ଥ୍ୟର ଚିନ୍ତା ରହିବ।

ମକର : ଜମିଜମା ଓ ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ। ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ । ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ।

କୁମ୍ଭ :  ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ। ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ ଏବଂ ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବାଧା ସୃଷ୍ଟି ହେବାର ଆଶଙ୍କା ରହିଛି ।

ମୀନ :  ପାରିବାରିକ ଜୀବନ ସୁଖପ୍ରଦ ହେବ । ଅଟକି ରହିଥିବା କାମଗୁଡିକ କରିବାକୁ ଅଗ୍ରସର ହେବେ । ଛାତ୍ରଛାତ୍ରୀମାନେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ଦୂରସ୍ଥାନକୁ ଯାତ୍ରା କରିପାରନ୍ତି, ଦୂରଯାତ୍ରା ଶୁଭପ୍ରଦ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.