ଜାଣନ୍ତୁ, ଆଜି ଆପଣଙ୍କ ରାଶିରେ କ’ଣ ଅଛି !

ମେଷ : ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ। ଭୂସଂପତ୍ତି କିଣିବା ଯୋଗ ରହିଛି। ଘରକୁ କୌଣସି ବନ୍ଧୁ ଆସିପାରନ୍ତି। ଆଜି ମଜା-ମସ୍ତିରେ ରହିବେ।

ବୃଷ : ଘରୋଇ ଖର୍ଚ୍ଚ କମ୍ ହେବ। ଶିକ୍ଷକଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ। ଘରୋଇ କମ୍ପାନୀରେ ଚାକିରି କରୁଥିବା ଲୋକଙ୍କୁ ଖୁସି ଖବର ମିଳିବ। ଆପଣଙ୍କ ସାଥୀ ମଧ୍ୟ ଆପଣଙ୍କର ଏହି ପରିବର୍ତ୍ତନରେ ଖୁସି ହେବେ।

ମିଥୁନ : ଜରୁରୀ କାମ ନିର୍ଦ୍ଧାରିତ ସମୟରେ ଶେଷ ହେବ। ଜମି ଦଲାଲଙ୍କୁ ଯଥେଷ୍ଟ ଧନଲାଭ ହେବ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ। କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟର ଅଗ୍ରଗତି ଘଟିବ।

କର୍କଟ : ଆତ୍ମବିଶ୍ବାସ ଓ ଆଶାରେ ପୂର୍ଣ୍ଣ ଦିନଟିଏ। କିଛି ନୂଆ ଅନୁଭବ ପ୍ରାପ୍ତି ହେବ। କାହାରିକୁ ଧାର ଦିଅନ୍ତୁ ନାହିଁ। ପ୍ରେମୀଯୁଗଳ ପରସ୍ପର ଲାଗି କିଛି ବିଶେଷ କରିବେ।

ସିଂହ : ନୂଆ ବିଚାର ପ୍ରୟୋଗ ପାଇଁ ସମୟ ଉତ୍ତମ। ପରିଶ୍ରମର ସକାରାତ୍ମକ ଫଳ ପାଇବେ। ଛାତ୍ରଛାତ୍ରୀ ଯୋଜନା ତିଆରି କରି ଅଧ୍ୟୟନ କରନ୍ତୁ। ଆପଣ ଯାହା କିଛି ବି କରୁଛନ୍ତି ପୂରା ମନରୁ କରନ୍ତୁ। ଦିନଟି ଆପଣଙ୍କ ପାଇଁ ସବୁଦିନ ସ୍ମୃତି ହୋଇ ରହିବ।

କନ୍ୟା : ମାନସିକ ରୂପେ ସୁସ୍ଥ ରହିବେ। କୌଣସି ଶୁଭ ଖବର ମିଳିବ। ଶତ୍ରୁମାନେ ଦବି ରହିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କିଛି ନୂଆ ସୁଯୋଗ ପାଇବେ।

ତୁଳା : କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବେ ବିଚାର ବିମର୍ଶ କରିନିଅନ୍ତୁ। କାରବାରରେ ଉତ୍‍ଥାନ ପତନ ଲାଗିରହିବ। ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ କରିବେ।

ବିଛା : ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁ ସହ ଭଲରେ ସମୟ ଅତିବାହିତ କରିବେ। ଶତ୍ରୁମାନେ ଯେତେ ସମସ୍ୟା ସୃଷ୍ଟି କରିବେ ଆପଣ ସେତେ ଲାଭ ପାଇବେ।

ଧନୁ : ଅଫିସରେ ଆପଣଙ୍କ କାମର ବୋଝ କମ୍ ରହିବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ଜୀବନସାଥୀଙ୍କ ପାଇଁ କୌଣସି ମୂଲ୍ୟବାନ ବସ୍ତୁ କିଣି ପାରନ୍ତି।

ମକର : ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ବଡ଼ ସୁଯୋଗ ମିଳିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ପରିବାରରେ କୌଣସି ଦାୟିତ୍ବ ଗ୍ରହଣ କରିବେ।

କୁମ୍ଭ : ଅଧିକାଂଶ ମାମଲାରେ ନିଜକୁ ଭାଗ୍ୟଶାଳୀ ମନେ କରିବେ। ବିଜ୍ଞାନ କ୍ଷେତ୍ରରେ ଥିବା ଲୋକଙ୍କୁ ବଡ଼ ସଫଳତା ମିଳିବ। ବ୍ୟବସାୟରେ ବକେୟା ଅର୍ଥ ପାଇପାରିବେ।

ମୀନ : ଆପଣଙ୍କ ମନରେ ବହୁତ ସକାରାତ୍ମକ ଭାବନା ଆସିବ। ସାଥୀଙ୍କୁ ମନର କଥା କହିପାରନ୍ତି। ଆର୍ଥିକ ପକ୍ଷ ସୁଦୃଢ଼ ରହିବ। ବିବାହିତଙ୍କ ଲାଗି ଭଲ ଦିନଟିଏ।

Leave A Reply

Your email address will not be published.