ଜାଣନ୍ତୁ ଆଜି ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ, ଆଜିର ରାଶିଫଳ
ମେଷ : ଆଜି ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଭଲ ରହିବ । ବନ୍ଧୁଙ୍କ ସାହାଯ୍ୟରେ ଅର୍ଥଲାଭ ହେବ । ପାରିବାରିକ କ୍ଷେତ୍ର ଅସ୍ଥିରତା ରହିବ । ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ବନ୍ଧୁଙ୍କ ନିମନ୍ତ୍ରଣ ଲାଭକରି ଦୂରଯାତ୍ରା କରିପାରନ୍ତି ।
ବୃଷ : ଆଜି କୌଣସି ପ୍ରକାରର ସମସ୍ୟାର ସମାଧାନ ମିଳିବ । ପରିଭ୍ରମଣ, ନୂତନ ସ୍ଥାନ ପରିଦର୍ଶନ ଓ ସତ୍ସଙ୍ଗ ସୁଯୋଗ ପାଇବେ । ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ । ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥସାହାଯ୍ୟ ପାଇବେ ।
ମିଥୁନ : ସହକର୍ମୀଙ୍କ ପ୍ରଭାବରେ ଅଶାନ୍ତି ଓ ଅର୍ଥାଭାବର ପରିସ୍ଥିତି ବଦଳିବାରେ ଲାଗିବ । ବନ୍ଧୁ ସାମୟିକ ସହଯୋଗକୁ ନିଜ ସ୍ବାର୍ଥ ସାଧନ ଦିଗରେ ଲଗାଇ ପାରନ୍ତି । ଭୁଲ୍ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କ ଭଲ ରହି ନ ପାରେ । ଆଜିର ଯାତ୍ରା, ପ୍ରଶାସନ, ଆଇନ କ୍ଷେତ୍ର ଭଲ ରହିବ ।
କର୍କଟ : ପଦାଧିକାରୀଙ୍କ ଅନୁକମ୍ପାରୁ ଅର୍ଥନୈତିକ ଉତ୍କର୍ଷ ମୁହଁରେ ହସ ଫୁଟାଇବ । କିନ୍ତୁ ଏମିତି କେତେକ କାମ ରହିଛି, ଯାହାକି ମନ ଚାହୁଁଥିଲେ ମଧ୍ୟ ଆପଣ ଅସମର୍ଥ ହୋଇପଡ଼ିବେ । ପୁତ୍ରକନ୍ୟାଙ୍କ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । କିଛି ଲୋକ ଆପଣଙ୍କୁ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି, କିନ୍ତୁ ପାରିବେ ନାହିଁ ।
ସିଂହ : ଆଜି ଆପଣ ଯାହା କରନ୍ତୁନା କାହିଁକି ଆପଣଙ୍କର କୌଣସି ଅସୁବିଧା ହେବନାହିଁ । ଅବଶ୍ୟ ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ପ୍ରଶଂସିତ ହେବେ । ଆଇନ ସହାୟତା ଲାଭକରି ମାଲି ମକଦ୍ଦମା ଫଇସଲା ହେବାର ସମ୍ଭାବନା ରହିଛି ।
କନ୍ୟା : ଆଜି ମନରେ ବହୁବିଧ ଭାବନା ଉଦ୍ରେକ ହେବ କିନ୍ତୁ ବେଶି ଆଶାକରି କିଛି ପାଇବେନାହିଁ । ନିଜ ଲୋକ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ । ବହୁ ପୂର୍ବର ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ । ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, ତଥାପି ଜିନିଷପତ୍ର ହଜିଯିବାର ସମ୍ଭାବନା ରହଛି ।
ତୁଳା : କର୍ମକ୍ଷେତ୍ରରେ ଉଚ୍ଚ ବର୍ଗର ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରିପାରିବେ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ଏବଂ ସାମାଜିକ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ । ଅର୍ଥଲାଭ କରିବେ ଏବଂ ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ । ଶତ୍ରୁତା କରୁଥିବା ବ୍ୟକ୍ତି ମନ୍ଦ ଉଦ୍ଦେଶ୍ୟ ନେଇ ନାନାଦି କଥା କହିପାରନ୍ତି ।
ବିଛା : ଆଜିର ଆପଣ କିଛି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି । ପଡ଼ୋଶୀ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କାମରେ ଆସିବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇବେ । ସଭାସମିତି, କଳା ସାହିତ୍ୟ, ରାଜନୀତି, ଜମିଜମା ତଥା ଗଠନମୂଳକ କାର୍ଯ୍ୟରେ ଉଚ୍ଚ ପ୍ରଶଂସିତ ହେବେ ।
ଧନୁ : କର୍ମକ୍ଷେତ୍ରରେ ସାଧାରଣ କଥାରୁ ମନରେ ବିରକ୍ତିଭାବ ସୃଷ୍ଟି ହେବାର ଆଶଙ୍କା ରହିଛି । ପରିସ୍ଥିତି ଏପରି ହେବଯେ ଆଜି ଆପଣ କୌଣସି ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିବା କଷ୍ଟକର ହୋଇପାରେ । ଅବଶ୍ୟ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ । ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହୋଇପାରନ୍ତି ।
ମକର : କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ, କିନ୍ତୁ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଖୁସି ହୋଇପାରିବେ ନାହିଁ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଲାଗି ରହିବ । ପ୍ରଶାସନ ଓ ଆନୁଷ୍ଠାନିକ କାମରେ ସମସ୍ୟାର ସମାଧାନ କରିପାରିବେ ।
କୁମ୍ଭ : ଆଜି ଆପଣ ଖୁସି ଖବର ପ୍ରପାଇବେ । ବୈରାଗ୍ୟକାରକ ହେତୁ ବୈଷୟିକ କ୍ଷେତ୍ରରେ ପ୍ରତିବନ୍ଧକର ସାମ୍ନା କରିବେ । ସ୍ତ୍ରୀଙ୍କ ସହ ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ । କେତେକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ ।
ମୀନ : ଆଜି ଆପଣଙ୍କ ପାଇଁ ଯିଏ ଖାଲ ଖୋଳିବ ସେଥିରେ ସେ ହିଁ ପଡ଼ିବାର ଖବର ପାଇବେ । ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କଲେ ହଇରାଣରେ ପଡ଼ିପାରନ୍ତି । ନୂତନ ବନ୍ଧୁ ପ୍ରସ୍ତାବ ସମ୍ପର୍କୀୟ ଆଲୋଚନା ଫଳପ୍ରଦ ହୋଇପାରେ । କୌଣସି ସମସ୍ୟା ମନକୁ ବାରମ୍ବାର ଆନ୍ଦୋଳିତ କରିପାରେ ।