Below header

ଆଜି ଏହି ସବୁ ବ୍ୟକ୍ତିଙ୍କ ପାଇଁ ରହିଛି ଧନପ୍ରାପ୍ତିର ଯୋଗ, ଜାଣନ୍ତୁ କ’ଣ କହୁଛି ରାଶିଫଳ

ମେଷ : ଆଜି କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା, ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।

ବୃଷ : ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ ।

ମିଥୁନ : କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଯିବ ଓ ଶତ୍ରୁ ଅସୁବିଧାରେ ପକାଇ ପାରନ୍ତି । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ଓ ଘରେ ପାରିବାରିକ ସମସ୍ୟା ବୃଦ୍ଧି ହେବ । ପୁରୁଣା କଥାକୁ ମନେ ପକାଇ ମନ ଦୁଃଖ କରିବେ।

କର୍କଟ : ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟରେ ଉନ୍ନତିହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ

ସିଂହ : ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ସରକାରୀ କ୍ଷେତ୍ରରେ ଅନେକ କାର୍ଯ୍ୟ ସମାଧାନ ହେବ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଭଲଲାଭ ପାଇବେ । ଉଚିତ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି ।

କନ୍ୟା : ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପଦସ୍ଥ ଅଧିକାରୀଙ୍କ ସହ ଦେଖାହୋଇ କେତେକ ସମସ୍ୟାର ସମାଧାନ କରି ପାରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।

ତୁଳା : ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଘରର ବାତାବରଣ ଭଲ ରହିବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ପଡ଼ିପାରେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ।

ବିଛା : ସାହିତ୍ୟ ଓ କଳାକ୍ଷେତ୍ରରେ କାର୍ଯ୍ୟ କରୁଥିବା ଲୋକେ ମାନସମ୍ମାନ ପାଇବେ। ବହୁତ ଦିନରୁ ବାକି ପଡ଼ିଥିବା ଟଙ୍କା ମିଳିଯିବ। ରାସ୍ତାରେ ଯିବାଆସିବା କଲା ବେଳେ ସତର୍କତା ଅବଲମ୍ବନ କରନ୍ତୁ।

ଧନୁ : ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆଶାତୀତ ଲାଭ ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ ଓ ବାହାରକୁ ଯାତ୍ରା କରିବା ପାଇଁ ଯୋଜନା କରିପାରନ୍ତି।

ମକର : ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିପାରିବେ। ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇଁ କଳହର ସମ୍ମୁଖୀନ ହୋଇପାରନ୍ତି। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

କୁମ୍ଭ : ଶାରିରୀକ ଅସୁସ୍ଥତା ଦୂର ହେବା ସହ ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କର୍ମକ୍ଷେତ୍ରରେ ନିଜର ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିବେ । ଯୋଜନା ମୁତାବକ କାମ କଲେ ଅସୁବିଧା ହେବନାହିଁ ।

ମୀନ : ସନ୍ତାନମାନଙ୍କ ସ୍ୱାସ୍ଥ୍ୟକୁ ନେଇ ବାପାମା’ ଚିନ୍ତାଗ୍ରସ୍ତ ରହିବେ । ବ୍ୟବସାୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ କିନ୍ତୁ ସଫଳତା ପାଇବେ ନାହିଁ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜସେବାରେ ମନ ବଳାଇବେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.