Below header

ଜାଣନ୍ତୁ, ଆଜିର ଭାଗ୍ୟ !

ମେଷ : ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ବୃଷ : ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

ମିଥୁନ : ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

କର୍କଟ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ସିଂହ : କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କନ୍ୟା : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ତୁଳା : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।

ବିଛା : ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

ଧନୁ : ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

ମକର : ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ।

କୁମ୍ଭ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମୀନ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.