Below header

ଆଜିର ଭାଗ୍ୟ: ଜାଣନ୍ତୁ, ଆପଣଙ୍କ ରାଶିରେ କ’ଣ ଅଛି

ମେଷ :

ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। ବ୍ୟବସାୟୀ ମାନଙ୍କ ପାଇଁ ଦିନଟି ଉତ୍ତମ ରହିବ। ବ୍ୟବସାୟ ପାଇଁ ହଠାତ କରାଯାଇଥିବା କୌଣସି ଯାତ୍ରା ସକରାତ୍ମକ ପରିଣାମ ଦେବ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି।

ବୃଷ :

ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଯେଉଁମାନେ ନିଜ ପ୍ରିୟ ସହ ଯାତ୍ରା କରୁଛନ୍ତି ସେମାନଙ୍କ ପାଇଁ ଏହା ଅତି ସ୍ମରଣୀୟ କ୍ଷଣ ହେବ।

ମିଥୁନ :

ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ।

କର୍କଟ :

ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ। ଆଜିକୁ ଆପଣ ନିଜ ଜୀବନ-ସାଥୀ ସହିତ ପୁଣି ଥରେ ପ୍ରେମରେ ପଡ଼ିବେ।

ସିଂହ :

ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

କନ୍ୟା :

ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ତୁଳା :

ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ। ଆପଣଙ୍କ ଆକର୍ଷିତ ବ୍ୟବହାର ଅନ୍ୟମାନଙ୍କ ଧ୍ୟାନ ଆପଣଙ୍କ ଆଡକୁ ଟାଣିବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

ବିଛା :

ଆଜି ଅଜାଣତରେ ଆପଣଙ୍କ ଦ୍ଵାରା କୌଣସି ଭୁଲ ହୋଇପାରେ, ଯାହାଦ୍ୱାରା ଆପଣଙ୍କ ଉପରିସ୍ଥ କର୍ମଚାରୀ ଆପଣଙ୍କ ଉପରେ କ୍ରୋଧ କରିପାରନ୍ତି। ପ୍ରେମ କ୍ଷେତ୍ରରେ ଆଜି ଆପଣଙ୍କୁ କେହି ଭୁଲ ବୁଝି ପାରନ୍ତି।

ଧନୁ :

ଆଜି ଆପଣଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ମକର :

ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

କୁମ୍ଭ :

ଆପଣଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ଠାରୁ ପ୍ରେରଣା ମିଳିପାରେ। ଶତ୍ରୁଙ୍କ ଉପରେ ବିଜୟ ଲାଭ କରିବେ। ଛାତ୍ରଛାତ୍ରୀଙ୍କୁ ପରିଶ୍ରମର ସୁଫଳ ମିଳିବ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ମୀନ :

ବେପାରରେ ମନପ୍ରାଣ ଢାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.