ରାଶିଫଳ

ଦିନ ଆରମ୍ଭରୁ ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

ବୃଷ : ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

ମିଥୁନ : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

କର୍କଟ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ସିଂହ : ନିଷ୍ଠା ପ୍ରଚେଷ୍ଟା ଯୋଗୁଁ ପୂର୍ବରୁ ନଷ୍ଟ ହୋଇଥିବା ମାନ ସମ୍ମାନ ମିଳିବ। ଶୃଙ୍ଖଳିତ ଜୀବନଯାପନ ଅତିବାହିତ କରିବେ। ଦେହ ମନ ସୁସ୍ଥ ରହିବ। ଆଶା ବାସ୍ତବତାରେ ପରିଣତ ହେବ। ଏକାଧିକ ଉପାୟରେ ଅର୍ଥ ଉପାର୍ଜନ କରିବେ। ବେସରକାରୀ ସ୍ତରରେ ନିଯୁକ୍ତି ମିଳିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

କନ୍ୟା : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

ତୁଳା : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ବିଛା : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ଧନୁ : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

ମକର : ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

କୁମ୍ଭ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ରାଜନୀତି କ୍ଷେତ୍ରରେ ଆଗକୁ ବଢିବେ। ଦେହ ମନ ସୁସ୍ଥ ରହିବ। ଆର୍ଥିକ ସ୍ଥିତି ବୃଦ୍ଧି ହେବ। ଋଣମୁକ୍ତ ହେବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ।

ମୀନ : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

WCW 11

Recent Posts

ଆଜିଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ସ୍ବାଗତ ପାଇଁ ଜନ୍ମମାଟି ଭବ୍ୟ ପ୍ରସ୍ତୁତି

ଭୁବନେଶ୍ୱର (କେନ୍ୟୁଜ): ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…

12 mins ago

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

27 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

37 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

46 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

1 hour ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

1 hour ago