ଜାଣନ୍ତୁ ଆଜିର ରାଶିଫଳ: କାହା ପାଇଁ ଖରାପ, ଆଉ କାହା ପାଇଁ ରହିଛି ଶୁଭ ଖବର

ମେଷ: ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ବୃଷ: ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ମିଥୁନ : ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ।

କର୍କଟ : ଆଜି ଅଜାଣତରେ ଆପଣଙ୍କ ଦ୍ଵାରା କୌଣସି ଭୁଲ ହୋଇପାରେ, ଯାହାଦ୍ୱାରା ଆପଣଙ୍କ ଉପରିସ୍ଥ କର୍ମଚାରୀ ଆପଣଙ୍କ ଉପରେ କ୍ରୋଧ କରିପାରନ୍ତି। ପ୍ରେମ କ୍ଷେତ୍ରରେ ଆଜି ଆପଣଙ୍କୁ କେହି ଭୁଲ ବୁଝି ପାରନ୍ତି।ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ସିଂହ : ଆଜି ଆପଣଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

କନ୍ୟା : ସାମଗ୍ରିକ ଦିଗରୁ ଦିନଟି ଭଲ ହେଲେ ମଧ୍ୟ ଆପଣଙ୍କ ଉପଭୋଗ୍ୟ ହୋଇପାରିବ ନାହିଁ ।ଚେଷ୍ଟା କରିଥିବା କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବାରୁ ମନ ଖୁସିହୋଇଯିବ । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ ।

ତୁଳା : ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ଆପଣଙ୍କ ମନକୁ ପ୍ରସନ୍ନ ରଖିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। ଅଫିସରେ ମନମାଳିନ୍ୟର ଅବସର ଆସିପାରେ। ଏହା ପ୍ରତି ସାବଧାନ ରହିବା ଆବଶ୍ୟକ ଅଟେ।

ବିଛା : ଅଧିକତର ସମୟ ପରିବାର ଲୋକଙ୍କ ସହ ଅତିବାହିତ କରିବେ। ନୂଆ କାମରେ ଆଶାନୁରୂପ ଫଳ ପାଇବେ। ଛାତ୍ର ଛାତ୍ରୀଙ୍କ ଲାଗି ଦିନଟି ଭଲ। ଦାମ୍ପତ୍ୟ ଜୀବନରେ ଖୁସି ଆସିବ। ପ୍ରେମ ଜୀବନରେ କୌଣସି ସମସ୍ୟା ଥିଲେ ଆଜି ସମାଧାନ ହୋଇଯିବ।

ଧନୁ : ଆଜି ମଜା-ମସ୍ତିରେ ରହିବେ। ଆପଣ ଯାହା କିଛି ବି କରୁଛନ୍ତି ପୂରା ମନରୁ କରନ୍ତୁ। ଦିନଟି ଆପଣଙ୍କ ପାଇଁ ସବୁଦିନ ସ୍ମୃତି ହୋଇ ରହିବ। ନିଜ ଲୋକମାନଙ୍କ ସହଯୋଗ ଲାଭ କରି ନୂତନ କର୍ମାରମ୍ଭ କରିବାରେ ସମର୍ଥ ହେବେ। ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଛଳନାତ୍ମକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି ।

ମକର : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

କୁମ୍ଭ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମୀନ : ପୁରୁଣା ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଲାଭ ହେବ। କର୍ମକ୍ଷେତ୍ରରେ ଦୀର୍ଘ ଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା, ମାଲି ମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.