ମେଷ:
ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।
ବୃଷ:
ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି। ଆଜି କର୍ମକ୍ଷେତ୍ରର ସ୍ଥଗିତ କାର୍ଯ୍ୟ ସହଜରେ ସମ୍ପନ୍ନ ହେବ।
ମିଥୁନ:
ସକରାତ୍ମକ ଭାବନା ବଜାୟ ରଖନ୍ତୁ। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ। ଛାତ୍ରଙ୍କ ଲାଗି ଦିନଟି ଉତ୍ତମ।
କର୍କଟ:
ଶକ୍ତିବାନ ଅନୁଭବ କରିବେ। ପରିଶ୍ରମର ତୁରନ୍ତ ଫଳ ମିଳିବ। ପ୍ରତିଷ୍ଠିତ ଲୋକଙ୍କ ସହିତ ସମ୍ପର୍କ ହେବ। ପ୍ରେମରେ ସଫଳତା ପାଇବେ। ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ।
ସିଂହ:
ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। ସକାରାତ୍ମକ ବ୍ୟବହାରରେ ଲୋକମାନଙ୍କୁ ପ୍ରଭାବିତ କରିବେ।
କନ୍ୟା:
ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ଅଫିସରେ ନୂଆ କାମ ମିଳିପାରେ।
ତୁଳା:
ବେପାରରେ ମନପ୍ରାଣ ଢାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ।
ବିଛା:
ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ। ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ।
ଧନୁ:
କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ସନ୍ଧ୍ୟାରେ ପ୍ରିୟ ବନ୍ଧୁଙ୍କ ସହିତ ହସଖୁସିର ସମୟ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ।
ମକର:
ଆପଣଙ୍କ ପ୍ରୟାସ ଲାଭଦାୟକ ପ୍ରମାଣିତ ହେବ। ରାଜ୍ୟ ବାହାରକୁ ଯିବାର ରାସ୍ତା ଉନ୍ମୁକ୍ତ ହେବ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଜରୁରୀ କାମରେ ଯିବାକୁ ଥିଲେ ଆତ୍ମବିଶ୍ବାସ ବଜାୟ ରଖନ୍ତୁ।
କୁମ୍ଭ:
ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ।
ମୀନ:
ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ। ଆପଣଙ୍କୁ ଶୀଘ୍ର ନୂଆ ଦାୟିତ୍ବ ମିଳିପାରେ। ରାଜନୀତିରେ ଯୋଗାଯୋଗ ଭଲ ରହିବ। ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ।
ମେଷ : ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି । ସାଙ୍ଗଙ୍କ ସହ ବହୁତ ଖୁସି ରହିବେ ।…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଭୁଇଁପୁର ଛକରେ ଜଣେ ଠିକାଦାରଙ୍କ ଭାଇ ସମେତ ତାଙ୍କର ପରିବାର…
ଭୁବନେଶ୍ୱର : କାମଚଳା ବାଚସ୍ପତି ହେଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥ ପାଠ…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ…
ନୟାଗଡ଼ (କେନ୍ୟୁଜ୍) : ଜମି ବାଡ଼ି ବିବାଦ କୁ ନେଇ ମାଡ଼ପିଟ l ଗୋଟିଏ ପରିବାରର ୪ ଜଣ ଗୁରୁତର…
କଟକ: ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା । ବୋମା ଫୁଟିବା ଶଦ୍ଦ ଏତେ ଜୋରରେ ଥିଲା…