ଜାଣନ୍ତୁ, ଆଜି ଆପଣଙ୍କ ରାଶିରେ କ’ଣ ଅଛି !

ମେଷ : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ବୃଷ : ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନୀ, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ।

ମିଥୁନ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

କର୍କଟ : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ସିଂହ : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

କନ୍ୟା : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ରାଜନୀତି କ୍ଷେତ୍ରରେ ଆଗକୁ ବଢିବେ। ଦେହ ମନ ସୁସ୍ଥ ରହିବ। ଆର୍ଥିକ ସ୍ଥିତି ବୃଦ୍ଧି ହେବ। ଋଣମୁକ୍ତ ହେବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ।

ତୁଳା : ନିଷ୍ଠା ପ୍ରଚେଷ୍ଟା ଯୋଗୁଁ ପୂର୍ବରୁ ନଷ୍ଟ ହୋଇଥିବା ମାନ ସମ୍ମାନ ମିଳିବ। ଶୃଙ୍ଖଳିତ ଜୀବନଯାପନ ଅତିବାହିତ କରିବେ। ଦେହ ମନ ସୁସ୍ଥ ରହିବ। ଆଶା ବାସ୍ତବତାରେ ପରିଣତ ହେବ। ଏକାଧିକ ଉପାୟରେ ଅର୍ଥ ଉପାର୍ଜନ କରିବେ। ବେସରକାରୀ ସ୍ତରରେ ନିଯୁକ୍ତି ମିଳିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ବିଛା : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନୀ କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।

ଧନୁ : ଲୋକପ୍ରିୟତା ବଢାଇବା ପାଇଁ କିଛି ବି କରିବେ। ବେକାରୀମାନେ ଚାକିରି ପାଇବେ। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ମକର : ଲକ୍ଷ୍ୟସ୍ଥଳରେ ପହଞ୍ଚିବେ। ଆଶା ବାସ୍ତବତାରେ ପରିଣତ ହେବ। ସମସ୍ତଙ୍କୁ ସାହାଯ୍ୟ କରିବେ। ତ୍ୟାଗକୁ ଜଳାଞ୍ଜଳି ଦେବେ। ଦେହ ସୁସ୍ଥ ରହିବ। ଆର୍ଥିକ ସ୍ଥିତି ସୁଦୃଢ ରହିବ। ନିଷ୍ଠା ଓ ଚେଷ୍ଟା ଯୋଗୁଁ ବାଣିଜ୍ୟ ବ୍ୟବସାୟକୁ ସଂପ୍ରସାରଣ କରିବେ।

କୁମ୍ଭ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ମୀନ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.