ଭାଗ୍ୟଫଳ! ଦିନ ଆରମ୍ଭରୁ ଜାଣନ୍ତୁ ଆଜି କେମିତି କଟିବ ଦିନ

ମେଷ : ଆତ୍ମବିଶ୍ବାସ ଓ ଆଶାରେ ପୂର୍ଣ୍ଣ ଦିନଟିଏ। କିଛି ନୂଆ ଅନୁଭବ ପ୍ରାପ୍ତି ହେବ। କାହାରିକୁ ଧାର ଦିଅନ୍ତୁ ନାହିଁ। ପ୍ରେମୀଯୁଗଳ ପରସ୍ପର ଲାଗି କିଛି ବିଶେଷ କରିବେ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ଧଳା।

ବୃଷ : ମାନସିକ ରୂପେ ସୁସ୍ଥ ରହିବେ। କୌଣସି ଶୁଭ ଖବର ମିଳିବ। ଶତ୍ରୁମାନେ ଦବି ରହିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କିଛି ନୂଆ ସୁଯୋଗ ପାଇବେ। ଶୁଭ ସଂଖ୍ୟା ୯ ଏବଂ ଶୁଭ ରଙ୍ଗ ହଳଦିଆ।

ମିଥୁନ : ଆପଣଙ୍କ ମନରେ ବହୁତ ସକାରାତ୍ମକ ଭାବନା ଆସିବ। ସାଥୀଙ୍କୁ ମନର କଥା କହିପାରନ୍ତି। ଆର୍ଥିକ ପକ୍ଷ ସୁଦୃଢ଼ ରହିବ। ବିବାହିତଙ୍କ ଲାଗି ଭଲ ଦିନଟିଏ। ଶୁଭ ସଂଖ୍ୟା ୧ ଏବଂ ଶୁଭ ରଙ୍ଗ ଧଳା।

କର୍କଟ : ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ବଡ଼ ସୁଯୋଗ ମିଳିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ପରିବାରରେ କୌଣସି ଦାୟିତ୍ବ ଗ୍ରହଣ କରିବେ। ଶୁଭ ସଂଖ୍ୟା ୮ ଏବଂ ଶୁଭ ରଙ୍ଗ ଗୋଲାପୀ।

ସିଂହ : ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ। ଭୂସଂପତ୍ତି କିଣିବା ଯୋଗ ରହିଛି। ଘରକୁ କୌଣସି ବନ୍ଧୁ ଆସିପାରନ୍ତି। ଶୁଭ ସଂଖ୍ୟା ୧ ଏବଂ ଶୁଭ ରଙ୍ଗ ନୀଳ।

କନ୍ୟା : ଜରୁରୀ କାମ ନିର୍ଦ୍ଧାରିତ ସମୟରେ ଶେଷ ହେବ। ଜମି ଦଲାଲଙ୍କୁ ଯଥେଷ୍ଟ ଧନଲାଭ ହେବ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ। ଶୁଭ ସଂଖ୍ୟା ୯ ଏବଂ ଶୁଭ ରଙ୍ଗ ହଳଦିଆ।

ତୁଳା : ଘରୋଇ ଖର୍ଚ୍ଚ କମ୍ ହେବ। ଶିକ୍ଷକଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ। ଘରୋଇ କମ୍ପାନୀରେ ଚାକିରି କରୁଥିବା ଲୋକଙ୍କୁ ଖୁସି ଖବର ମିଳିବ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ହଳଦିଆ।

ବିଛା : ଅଫିସରେ ଆପଣଙ୍କ କାମର ବୋଝ କମ୍ ରହିବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ଜୀବନସାଥୀଙ୍କ ପାଇଁ କୌଣସି ମୂଲ୍ୟବାନ ବସ୍ତୁ କିଣି ପାରନ୍ତି। ଶୁଭ ସଂଖ୍ୟା ୩ ଏବଂ ଶୁଭ ରଙ୍ଗ ଲାଲ।

ଧନୁ : କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବେ ବିଚାର ବିମର୍ଶ କରିନିଅନ୍ତୁ। କାରବାରରେ ଉତ୍‍ଥାନ ପତନ ଲାଗିରହିବ। ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ କରିବେ। ଶୁଭ ସଂଖ୍ୟା ୭ ଏବଂ ଶୁଭ ରଙ୍ଗ ଗୋଲାପୀ।

ମକର : ନୂଆ ବିଚାର ପ୍ରୟୋଗ ପାଇଁ ସମୟ ଉତ୍ତମ। ପରିଶ୍ରମର ସକାରାତ୍ମକ ଫଳ ପାଇବେ। ଛାତ୍ରଛାତ୍ରୀ ଯୋଜନା ତିଆରି କରି ଅଧ୍ୟୟନ କରନ୍ତୁ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ସବୁଜ।

କୁମ୍ଭ : ଅଧିକାଂଶ ମାମଲାରେ ନିଜକୁ ଭାଗ୍ୟଶାଳୀ ମନେ କରିବେ। ବିଜ୍ଞାନ କ୍ଷେତ୍ରରେ ଥିବା ଲୋକଙ୍କୁ ବଡ଼ ସଫଳତା ମିଳିବ। ବ୍ୟବସାୟରେ ବକେୟା ଅର୍ଥ ପାଇପାରିବେ। ଶୁଭ ସଂଖ୍ୟା ୮ ଏବଂ ଶୁଭ ରଙ୍ଗ ନୀଳ।

ମୀନ : ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁ ସହ ଭଲରେ ସମୟ ଅତିବାହିତ କରିବେ। ଶତ୍ରୁମାନେ ଯେତେ ସମସ୍ୟା ସୃଷ୍ଟି କରିବେ ଆପଣ ସେତେ ଲାଭ ପାଇବେ। ଶୁଭ ସଂଖ୍ୟା ୩ ଏବଂ ଶୁଭ ରଙ୍ଗ ହଳଦିଆ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.