ଭାଗ୍ୟଫଳ: ଦିନଟି କେମିତି କଟିବ ଜାଣନ୍ତୁ ଏବେଠୁ

ମେଷ: ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ବୃଷ: ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ। ଆପଣଙ୍କ ଆକର୍ଷିତ ବ୍ୟବହାର ଅନ୍ୟମାନଙ୍କ ଧ୍ୟାନ ଆପଣଙ୍କ ଆଡକୁ ଟାଣିବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

ମିଥୁନ: ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ। ଆଜିକୁ ଆପଣ ନିଜ ଜୀବନ-ସାଥୀ ସହିତ ପୁଣି ଥରେ ପ୍ରେମରେ ପଡ଼ିବେ।

କର୍କଟ: ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। ବ୍ୟବସାୟୀ ମାନଙ୍କ ପାଇଁ ଦିନଟି ଉତ୍ତମ ରହିବ। ବ୍ୟବସାୟ ପାଇଁ ହଠାତ କରାଯାଇଥିବା କୌଣସି ଯାତ୍ରା ସକରାତ୍ମକ ପରିଣାମ ଦେବ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି।

ସିଂହ: କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ସନ୍ଧ୍ୟାରେ ପ୍ରିୟ ବନ୍ଧୁଙ୍କ ସହିତ ହସଖୁସିର ସମୟ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

କନ୍ୟା: ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଯେଉଁମାନେ ନିଜ ପ୍ରିୟ ସହ ଯାତ୍ରା କରୁଛନ୍ତି ସେମାନଙ୍କ ପାଇଁ ଏହା ଅତି ସ୍ମରଣୀୟ କ୍ଷଣ ହେବ।

ତୁଳା: ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ। ଆପଣଙ୍କୁ ଶୀଘ୍ର ନୂଆ ଦାୟିତ୍ବ ମିଳିପାରେ। ରାଜନୀତିରେ ଯୋଗାଯୋଗ ଭଲ ରହିବ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ହେବ। ପ୍ରେମରେ ସଫଳତା ପାଇବେ।

ବିଛା: ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ।

ଧନୁ: ସକରାତ୍ମକ ଭାବନା ବଜାୟ ରଖନ୍ତୁ। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ। ପରିବାରରେ ଲାଗିରହିଥିବା ସମସ୍ୟା ଶେଷ ହେବ। ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ଲକ୍ଷ୍ୟହାସଲ କରିପାରିବେ।

ମକର: ବେପାରରେ ମନପ୍ରାଣ ଢାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଶକ୍ତିବାନ ଅନୁଭବ କରିବେ। ପରିଶ୍ରମର ତୁରନ୍ତ ଫଳ ମିଳିବ।

କୁମ୍ଭ: ଆପଣଙ୍କ ପ୍ରୟାସ ଲାଭଦାୟକ ପ୍ରମାଣିତ ହେବ। ରାଜ୍ୟ ବାହାରକୁ ଯିବାର ରାସ୍ତା ଉନ୍ମୁକ୍ତ ହେବ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ମୀନ: ଆଜି ଅଜାଣତରେ ଆପଣଙ୍କ ଦ୍ଵାରା କୌଣସି ଭୁଲ ହୋଇପାରେ, ଯାହାଦ୍ୱାରା ଆପଣଙ୍କ ଉପରିସ୍ଥ କର୍ମଚାରୀ ଆପଣଙ୍କ ଉପରେ କ୍ରୋଧ କରିପାରନ୍ତି। ପ୍ରେମ କ୍ଷେତ୍ରରେ ଆଜି ଆପଣଙ୍କୁ କେହି ଭୁଲ ବୁଝି ପାରନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.