ରାଶିଫଳ

ଆଜିର ଭାଗ୍ୟ ! ଏସବୁ ରାଶିର ବ୍ୟକ୍ତିଙ୍କର ଆଜି ରହିଛି ଶୁଭ ଯୋଗ

ମେଷ: ଅସଂପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଋଣ ପରିଶୋଧ କରିବେ। ନୂଆ ଯାନ କିଣିବେ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। କାର୍ଯ୍ୟସ୍ଥଳରେ ଆପଣଙ୍କର ଉର୍ଜା ଏବଂ କାମ ପ୍ରତି ଲକାଗ୍ରତା ବୃଦ୍ଧି ପାଇବ। ଏହାଦ୍ୱାରା ପ୍ରଶଂସା ଏବଂ ପ୍ରମୋସନର ବାଟ ମଧ୍ୟ ଖୋଲିବ। ଧନ ଲାଭ ହେବ। କିନ୍ତୁ ଆପଣଙ୍କୁ ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବାକୁ ହେବ।

ବୃଷ: ଆଶା ସଂଚାର ହେବ। କମ କରିଶ୍ରମ କରିବେ ଅଥିକ ଉପାର୍ଜନକ୍ଷମ ହେବେ। ସାହସିକ ପଦକ୍ଷେପ ନେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ରହିବ। ସାମାଜିକ ନ୍ୟାୟ ପ୍ରତିଷ୍ଠା କରିବେ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

ମିଥୁନ : ଆଶା ବାସ୍ତବତାରେ ପରିଣତ ହେବ । ଅର୍ଥର ଝଡ ବୋହିବ। କର୍ମକ୍ଷେତ୍ରରେ ପଦୋନ୍ନତି ହେବ। ଦେହ ମନ ସୁସ୍ଥ ରହିବ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

କର୍କଟ: ଆର୍ଥିକ ସ୍ଥିତି ବୃଦ୍ଧି ହେବ। ଋଣମୁକ୍ତ ହେବେ। ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।

ସିଂହ: ଆର୍ଥିକ ଭାବେ ଉନ୍ନତି ମିଳିବ। ଉର୍ଜା ମିଳିବ। ବୈବାହିତ ଜୀବନ ଭଲରେ ଅତିବାହିତ ହେବ। ପାର୍ଟନର ସହିତ ରୋମାଣ୍ଟିକ ସମୟ ବିତାଇପାରିବେ। ଶୃଙ୍ଖଳତା ପ୍ରତିପାଦନ କରିବେ। ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁପ୍ତ ବୈଠକ କରିବେ। କୌଣସି ଭଲ ଖବର ମିଳିବାର ସମ୍ଭାବନା ରହିଛି। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କନ୍ୟା:  ପ୍ରମୋସନ ମିଳିବ। ଆୟ ବଢିବ। ଧନ ଲାଭ ହେବ। ଘରେ ସମସ୍ତଙ୍କ ସହିତ ସଂପର୍କ ଭଲ ରହିବ। ଖରାପ ସମୟ ଥିଲା ଏବେ ଭଲ ସମୟ ଆସିଛି। ଋଣ ପରିଶୋଧ କରିବେ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ତୁଳା: କାର୍ଯ୍ୟକୁ ହାସଲ କରିବେ। ସମସ୍ତଙ୍କ ପାଇଁ ଉଦାହରଣ ହେବେ। ଦେହ ମନ ସୁସ୍ଥ ରହିବ। ଉଦ୍ୟମରେ ସଫଳତା ମିଳିବ। ଅସଂପୂର୍ଣ୍ଣ କାମକୁ ସଂପୂର୍ଣ୍ଣ କରିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। ମନ ଖୁସିରେ ରହିବେ।

ବିଛା : ଅତ୍ୟନ୍ତଅଶୁଭ। ମାଲିମକଦ୍ଦମାରେ ଫସିବେ। ମିଥ୍ୟା ଅପବାଦରେ ଅପମାନିତ ହେବେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି। ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ।

ଧନୁ: ଉପାର୍ଜନକ୍ଷମ ହେବ। ଲକ୍ଷ୍ୟସ୍ଥଳରେ ପହଞ୍ଚିବେ। ପୂର୍ବରୁ ସମୟ ଖରାପ ଥିଲା। କିନ୍ତୁ ଏବେ ଭଲ ସମୟ ଆସିଛି। ଏଣୁ ଉଦ୍ୟମରେ ସଫଳତା ମିଳିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ।

ମକର: ଦ୍ୟାର୍ଥୀ ପଢାରେ ଭଲ କରିବେ। ବେପାରରେ ଭଲ ନିର୍ଣ୍ଣୟ ନେବେ। ବେପାର ବଢିବା ଯୋଗୁଁ ଖୁସି ଏବଂ ଲାଭ ମଧ୍ୟ ମିଳିବ। ପଇସା ଆସିବାର ନୂଆ ରାସ୍ତା ଖୋଲିବ।  ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

କୁମ୍ଭ: ଶାରୀରିକ ସୁସ୍ଥତା ଅନୁଭବ କରିବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ ସଂପାଦନ କରିବେ। ବିବାହ ପାଇଁ ତାରିଖ ଧାର୍ଯ୍ୟ କରିବେ। ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

ମୀନ: ମୀନ ରାଶିର ବ୍ୟକ୍ତିତ୍ୱଙ୍କ ଜୀବନରେ ଆର୍ଥିକ ସମୃଦ୍ଧି ହେବ। ଭୂମି ଏବଂ ଘର ଲାଭ ହେବ। ବେପାର ବଢିବ। ଯଦି ବେପାରକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି, ତେବେ ଏହି ସମୟ ଆପଣଙ୍କ ପାଇଁ ଭଲ। ପରିବାରର ସମସ୍ତଙ୍କ ସହଯୋଗ ମିଳିବ। ବୈବାହିକ ଲୋକଙ୍କ ପାଇଁ ଜୀବନ ଭଲରେ ଅତିବାହିତ ହେବ। ସମସ୍ତଙ୍କୁ ସାହାଯ୍ୟ କରିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ନିନ୍ଦିତ ହୋଇପାରନ୍ତି।

Swagatika

Recent Posts

ମୁହାଁମୁହିଁ ଧକ୍କା ହେଲା ମାଲବାହୀ ଟ୍ରେନ୍, ୨ ଲୋକୋ ପାଇଲଟ୍ ଗୁରୁତର

ପଞ୍ଜାବ : ମୁହାଁମୁହିଁ ଧକ୍କା ହେଲା ୨ ମାଲବାହୀ ଟ୍ରେନ୍ ।  ପଞ୍ଜାବ ଫତେଗଡ଼ ସାହିବ ନିକଟ ମାଧେପୁର ଠାରେ…

10 mins ago

ଜୟପୁର ସହରରେ ପଡିଛି ଡାଇମଣ୍ଡ ସର୍କସ: ଜୋକରର କମେଡି ସାଙ୍ଗକୁ ଆଫ୍ରିକାନ କଳାକାରଙ୍କ ଶୋ ଲୋକଙ୍କ ମନ ଜିଣୁଛି

ଜୟପୁର(କେନ୍ୟୁଜ୍‌): ଦିନ ଥିଲା ସର୍କସ ନା ଶୁଣିଲେ ମନରେ ଉତ୍ସାହ ଭରି ଉଠୁଥିଲା । ପିଲା ଠୁ ଟୋକା, ବୁଢା…

12 mins ago

ନିର୍ବାଚନୀ ପରବର୍ତ୍ତୀ ହିଂସା: ଇଭିଏମ ହେରଫେର ସନ୍ଦେହରେ ଗଣ୍ଡଗୋଳ ଅଭିଯୋଗ

ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ଧର୍ମଶାଳାରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ସ୍ୱାଧୀନ ପ୍ରାର୍ଥୀ ସମର୍ଥକଙ୍କ ଲଙ୍କାକାଣ୍ଡ ଅଭିଯୋଗ । …

18 mins ago

Realme ଲଞ୍ଚ କଲା ବଢ଼ିଆ ଫୋନ, ଦାମ ସହ ଫିଚର୍ସ ରହିଛି ଦମଦାର

Realme ଏକ ବଜେଟ୍ ଫ୍ରେଣ୍ଡଲି ସ୍ମାର୍ଟଫୋନ୍ ଲଞ୍ଚ କରିଛି । Realmeର ଏହି ବଜେଟ୍ ସ୍ମାର୍ଟଫୋନ୍ ସି ସିରିଜରେ ଲଞ୍ଚ…

44 mins ago

ପଛପଟୁ ଧକ୍କା ଦେଲା ବାଇକ, ବୃଦ୍ଧଙ୍କ ମୃତ୍ୟୁ

କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା କୁଦାନଗରି ଥାନା ଗୌଡଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ…

1 hour ago

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ, ଡ୍ରାଇଭର ମୃତ

ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…

2 hours ago