ଦିନ ଆରମ୍ଭରୁ ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ସମୟ

ମେଷ : ନିଜକୁ ବେଶୀ ଆଶାବାଦୀ ହେବା ପାଇଁ ପ୍ରେରଣା ଦିଅନ୍ତୁ। ତାହା କଲେ ନା କେବଳ ଆପଣଙ୍କ ଆତ୍ମବିଶ୍ୱାସ ଓ ବ୍ୟବହାରରେ ବୃଦ୍ଧି ହେବ, ତା ଛଡ଼ା ଆପଣଙ୍କ ଡର ,ଇର୍ଷା ଓ ଘୃଣା ପରି ନକରାତ୍ମକ ମନଭାବନା ବି କମି ଯିବ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

ବୃଷ : ଆପଣଙ୍କୁ ଅନେକ ଗୁଡିକ କ୍ଷେତ୍ରରୁ ଧନ ଲାଭ ମିଳିପାରେ। ଆପଣଙ୍କ କଠିନ ପରିଶ୍ରମ ଓ ପରିବାର ଜଣଙ୍କ ସହଯୋଗ କାରଣରୁ ଆପଣଙ୍କୁ ଆସୁଥିବା ସମୟରେ ବହୁମାତ୍ରାରେ ଖୁସି ଓ ସଫଳତା ପ୍ରାପ୍ତ ହେବ। କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

ମିଥୁନ : ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ। ନିଜର କାମ ଯଥା ସମୟରେ ପୂରା କରିନେବେ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି।

କର୍କଟ : ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ସିଂହ : ସମୟର ପୂରା ଆନନ୍ଦ ନେବା ପାଇଁ ଲୋକମାନଙ୍କଠାରୁ ଦୂରରେ ରହି ନିଜ ପସନ୍ଦର କାମ କରନ୍ତୁ। ଏହା ଦ୍ୱାରା ଆପଣଙ୍କ ଭିତରେ ସକାରାତ୍ମକ ପରିବର୍ତ୍ତନ ଦେଖାଯିବ। ଆପଣଙ୍କ ଜୀବନ-ସାଥୀ ଆଜି ଉର୍ଜା ଓ ପ୍ରେମରେ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

କନ୍ୟା : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ଆଜି ଆପଣ ଜଣେ ପ୍ରିୟ ବନ୍ଧୁ ସହିତ ଦେଖା ହେବେ, ଯିଏ ଆପଣଙ୍କ ପାଇଁ ଚିନ୍ତା କରନ୍ତି ଓ ବୁଝନ୍ତି।

ତୁଳା : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ବିଛା : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ଧନୁ : ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ। ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବେପାରରେ ଲାଭର ଯୋଗ ରହିଛି। ପରିବାରରେ ସୁଖ ଶାନ୍ତି ବଢ଼ିବ। ଛାତ୍ରଙ୍କୁ ଲେଖାପଢ଼ାରେ ସଫଳତା ମିଳିବ।

ମକର : ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ଆଜି ଆପଣ ସାନମାନଙ୍କୁ ପାଣିର ମହତ୍ୱ ଓ ମୂଲ୍ୟ ବିଷୟରେ କିଛି ଜ୍ଞାନ ଦେଇପାରନ୍ତି। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

କୁମ୍ଭ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମୀନ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.