ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶି ପାଇଁ କିପରି କଟିବ ଦିନ
ମେଷ : ସମସ୍ୟା ସମାଧାନ ପାଇଁ ଯେତେ ଚେଷ୍ଟା କଲେ ମଧ୍ୟ ଅସଫଳ ହେବେ । ପରିବାରରେ ଗୋଳମାଳିଆ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି । ପିଲାଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିପାରେ । ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦର ଅନୁଭବ କରିପାରନ୍ତି ।
ବୃଷ : ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିବ । ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ । ଯାତ୍ରାରେ ସଫଳତା ମିଳିବ ତଥାପି କାମର ଚାପ ବହୁତ ବଢିଯିବ । ବନ୍ଧୁ ମାନଙ୍କୁ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।
ମିଥୁନ : କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ପ୍ରତିହତ କରିବାର ସାମର୍ଥ୍ୟ ରହିବ । ଅନ୍ୟମନସ୍କତା କାରଣରୁ କେତେକ ଭୂଲ୍ କରିବେ । କାର୍ଯ୍ୟସାଧନ ପରିସରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବାକାରଣରୁ ବ୍ୟସ୍ତତା ବୃଦ୍ଧି ପାଇପାରେ ।
କର୍କଟ : ଖର୍ଚ୍ଚଭାର ବୃଦ୍ଧି କାରଣରୁ ଦୁଃଚିନ୍ତା ବଢ଼ିବ । ଯାହାକୁ କିଛି ସହାନୁଭୂତି ଆଶାରେ କହିବାକୁ ଯିବେ ସେ ଓଲଟା କହିପାରେ । କଥାରେ ସଂଯମତା ହରାଇବା ଅନର୍ଥର କାରଣ ହେବ । କ୍ରୀଡା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି ।
ସିଂହ : ପାରିବାରିକ କ୍ଷେତ୍ର ସହୃଦୟତାପୂର୍ଣ୍ଣ ରହିବ । ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ ହେବେ । ଅବଶ୍ୟ ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍ ଦେଲେ ଯାତ୍ରା ସଫଳ ହେବ । ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ କିନ୍ତୁ ଅବହେଳା ଜନିତ କୌଣସି ଉପଚାର କରିନପାରନ୍ତି ।
କନ୍ୟା : ଆଜି ଶାରୀରିକ ଓ ମାନସିକ ସ୍ଥିତି ଭଲ ରହିବ । ବିଭିନ୍ନ ଦିଗରୁ ଅର୍ଥ ରୋଜଗାର କରିବେ ଏବଂ ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବ । ଶତ୍ରୁମାନେ ସେମିତି କିଛି ଅସୁବିଧା କରିପାରିବେନି । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା ଓ ସାମ୍ବାଦିକତା କ୍ଷେତ୍ରରୁ ଶୁଭଫଳ ମିଳିବ ।
ତୁଳା : ଦୀର୍ଘଦିନ ହେଲା ଆପଣ ଯାହା ଆଶା କରୁଥିଲେ ତାହା ବହୁତ ବିଳମ୍ବରେ ଅବଶ୍ୟ ମିଳିବ । ଆନୁଷ୍ଟାନିକ କାମରୁ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବନାହିଁ । ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । କଳା, ସାହିତ୍ୟ , ସଂଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ ।
ବିଛା : ପ୍ରତ୍ୟେକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ଅସୁବିଧା ନହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟମନସ୍କଜନିତ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ନିକଟ ସଂପର୍କୀୟ ମାନଙ୍କ ଇର୍ଷା ଓ ଅସୂୟା ଭାବ ଯୋଗୁଁ ବିଚଳିତ ବୋଧ କରିବେ ।
ଧନୁ : ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷଶତ୍ରୁତାର ପ୍ରଭାବ ଅନୁଭବ କରିବେ । ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇ ପାରନ୍ତି । ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ । ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହୋଇପାରନ୍ତି ।
ମକର : ଆଜି କର୍ମକ୍ଷେତ୍ରରେ ଠିକ୍ ଓ ଯୁକ୍ତିଯୁକ୍ତ କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । ଅନ୍ୟାୟ ବିରୋଧରେ ସ୍ବର ଉଠାଇ ପରୋକ୍ଷ ଶତ୍ରୁତା ସୃଷ୍ଟି କରିପାରନ୍ତି । ପରିଜନଙ୍କ ସ୍ବାସ୍ଥ୍ୟ ସମସ୍ୟାଜନିତ ମନ ବିଚଳିତ ରହିବ । ଏଜେନ୍ସିପ୍, ସାମ୍ବାଦିକତା, ରାଜନୀତି, କର୍ମାରମ୍ଭ, କଳା ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ ।
କୁମ୍ଭ : ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ଆଶଙ୍କା ରହିଛି । ଶିଳ୍ପ, ବାଣିଜ୍ୟ,ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଝଗଡା ଲାଗିପାରେ । ପଡୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ । ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ ।
ମୀନ : କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ରହିଥିବା କାରଣରୁ ବହୁତ କାମ ହାତକୁ ନେଇ ବ୍ୟଥିତ ହେବେ । ଅପ୍ରିୟ ସତ୍ୟ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ କିନ୍ତୁ ଶତ୍ରୁତା ମଧ୍ୟ ସୃଷ୍ଟି ହେବ । ଅପରାହ୍ନରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ ।